ରାଜ୍ୟ

କିସ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବିଜୟ ଉତ୍ସବ, ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ୩୦ ହଜାର ଛାତ୍ରଛାତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):  ଦେଶର ପଞ୍ଚଦଶ ରାଷ୍ଟ୍ରପ୍ରତି ଭାବେ ଓଡ଼ିଶା ମାଟିର ଗର୍ବ ଓ ଗୌରବ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ବିଶ୍ଵର ସର୍ବବୃହତ ଜନଜାତି ଶିକ୍ଷାନୁଷ୍ଠାନ କିସ୍ ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି। ସୋମବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କିସ୍‌ର ୩୦ ହଜାର ଛାତ୍ରଛାତ୍ରୀ ଶ୍ରୀମତୀ ମୁର୍ମୁଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।

ସଂପ୍ରତି ସମଗ୍ର ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅମୃତ ମହୋତ୍ସବ ପାଳନ କରୁଛି । ଏହି ପରିପ୍ରେକ୍ଷୀରେ ଜଣେ ଜନଜାତି ମହିଳାଙ୍କୁ ରାଷ୍ଟ୍ରପତି ଭାବେ ପାଇଥିବାରୁ କିସ୍‌ର ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତିଙ୍କ ବିଜୟ ଉତ୍ସବ ପାଳନ ଉପଲକ୍ଷେ ଦୁଇ ଦିନ ଧରି କିସ୍‌ରେ ୩୦ ହଜାରରୁ ଊର୍ଦ୍ଧ୍ବ ଲଡୁ ପ୍ରସ୍ତୁତ କରାଯାଇଥିଲା । ଏହି ଲଡ଼ୁ ପ୍ରସ୍ତୁତିରେ ଶ୍ରୀମତୀ ମୁର୍ମୁଙ୍କ ଗ୍ରାମର ପିଲାମାନେ ସହଯୋଗ କରିଥିଲେ ।

ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଉତ୍ସବ ପାଳନ କରି କିସ୍‌ର ୩୦ ହଜାର ଛାତ୍ରଛାତ୍ରୀ ଗର୍ବ ଓ ଆନନ୍ଦ ଅନୁଭବ କରୁଛନ୍ତି । ଏହା ଦ୍ଵାରା ଆମମାନଙ୍କ ମନୋବଳ ବୃଦ୍ଧି ପାଇବା ସହ ଭବିଷ୍ୟତରେ ଆମେମାନେ ମଧ୍ୟ କିଛି ନା କିଛି କରିପାରିବୁ ବୋଲି ଆମର ଆଶାବାଦୀ ହୋଇପାରୁଛୁ ବୋଲି କିସ୍‌ର ଛାତ୍ରଛାତ୍ରୀମାନେ ପ୍ରକାଶ କରିଛନ୍ତି । ବହୁ ସଂଘର୍ଷ କରି ଶ୍ରୀମତୀ ମୁର୍ମୁ ନିଜେ ଶିକ୍ଷା ଗ୍ରହଣ କରିବା ସହ ଶିକ୍ଷାର ଗୁରୁତ୍ଵ ଭଲ ଭାବେ ବୁଝିଛନ୍ତି । ସେଥିପାଇଁ ନିଜ ପରିବାର ଓ ନିଜ ଅଞ୍ଚଳରୁ ବହୁ ଗରିବ ଛାତ୍ରଛାତ୍ରୀଙ୍କୁ କୁ ପଠାଇ ନାମ ଲେଖାଇଥିଲେ। ସେହି ପିଲାମାନେ ଆଜି ଉଚ୍ଚ ଶିକ୍ଷିତ ହେବା ସହ ସମାଜର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ହୋଇପାରିଛନ୍ତି।

ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେବା ସହ ଓଡ଼ିଶାର ଜଣେ ଜନଜାତି ମହିଳାଙ୍କୁ ଦେଶର ସର୍ବୋଚ୍ଚ ଆସନରେ ଅଭିଷିକ୍ତ କରାଇବା କ୍ଷେତ୍ରରେ ସୁଯୋଗ ସୃଷ୍ଟି କରିଛନ୍ତି ବୋଲି ଛାତ୍ରଛାତ୍ରୀମାନେ କହିଛନ୍ତି । ଏହା ସହ ଏ ଦିଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହଯୋଗ କରିଥିବାରୁ ଛାତ୍ରଛାତ୍ରୀମାନେ ଶ୍ରୀ ପଟ୍ଟନାୟକଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି । ଦ୍ରୌପଦୀ ମୁର୍ମୁ ଜନଜାତିଙ୍କ ବିକାଶ ପାଇଁ ଅନେକ କାର୍ଯ୍ୟ କରିଯାଇଛନ୍ତି । ଭବିଷ୍ୟତରେ ମଧ୍ୟ ଜନଜାତି ବିକାଶ କ୍ଷେତ୍ରରେ ତାଙ୍କ ଦ୍ବାରା ଅନେକ କାର୍ଯ୍ୟ ହେବ ବୋଲି ଛାତ୍ରଛାତ୍ରୀମାନେ ଆଶା ବ୍ୟକ୍ତ କରିଛନ୍ତି।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago