ଆସନ୍ତା ୩ ଓ ୪ ତାରିଖ ପାଇଁ ରେର୍ଡ ଆଲର୍ଟ ଜାରି: ଆସନ୍ତାକାଲିଠୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ସବୁ ପରୀକ୍ଷା ବାତିଲ୍‌, ଜାଣନ୍ତୁ କେଉଁ ଜିଲ୍ଲାକୁ ପ୍ରଭାବିତ କରିବ ଫନି

କେନ୍ୟୁଜ୍ : ଆସନ୍ତା ୩ ଓ ୪ ତାରିଖ ପାଇଁ ରେର୍ଡ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ୩ ତାରିଖରେ ୧୭ ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଖୋର୍ଦ୍ଧା, ଯାଜପୁର, ଭଦ୍ରକ,କେନ୍ଦ୍ରାପଡ଼ା, ବାଲେଶ୍ୱର, କନ୍ଧମାଳ, ରାୟଗଡ଼ା,ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଢେଙ୍କାନାଳ. ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଳେଶ୍ୱର ଓ ମୟୂରଭଞ୍ଜରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ । ସେହିପରି ୪ ତାରିଖରେ ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ରେର୍ଡ ଆଲର୍ଟ ଜାରି କରାଯାଇଛି । ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପବନର ବେଗ ୧୫୦ରୁ ୧୬୦ କିଲୋମିଟର ରହିପାରେ । ଭଦ୍ରକ, ବାଲେଶ୍ୱର, କଟକ, ଯାଜପୁର, ଖୋର୍ଦ୍ଧା ଓ ଗଜପତିରେ ପବନର ବେଗ ରହିବ ୧୧୦ରୁ ୧୨୦ କିଲୋମିଟର । ସେହିପରି ନୟାଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳରେ ଘଣ୍ଟାପ୍ରତି ପବନର ବେଗ ୮୦ରୁ ୯୦ କିଲୋମିଟର ରହିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହାକୁ ଆଖିରେ ରଖି କାଲିଠୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ସହ ସମସ୍ତ ପରୀକ୍ଷାକୁ ବାତିଲ୍‌ କରାଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.