Categories: ରାଜ୍ୟ

ନୟାଗଡରେ କଙ୍ଗାରୁକୋର୍ଟର ରାଜ୍, ୨୦ବର୍ଷ ଧରି ବାହାରେ ରହୁଛନ୍ତି ୨୦ ପରିବାର

ନୟାଗଡ(କେନ୍ୟୁଜ୍): ବାସନ୍ଦ ହୋଇ ୨୦ବର୍ଷ ଧରି ବାହାରେ ରହୁଛନ୍ତି ନୟାଗଡ ଜିଲ୍ଲା ଶରଣକୂଳ ଥାନାର ଖଲିଆପାଟଣା ଗାଁର ୨୦ ପରିବାର। ସାମାନ୍ୟ ଗଣ୍ଡଗୋଳରୁ କଙ୍ଗାରୁକୋର୍ଟର ଶିକାର ହୋଇ ଏମାନେ ୧୯୯୯ରୁ ଗାଁ ଛାଡିଥିଲେ। ପରେ ଏନେଇ କୋର୍ଟ ଓ ମାନବାଧିକାର କମିସନଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ଓଡିଶା ମାନବାଧିକାର କମିଶନଙ୍କ ନିର୍ଦ୍ଦେଶନାମା ସତ୍ୱେ ଏମାନେ ଘରକୁ ଫେରିପାରିନାହାନ୍ତି। ହତାଶ ହୋଇ ଏବେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ କରିଛନ୍ତି ପୀଡିତ ପରିବାର । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ଆବେଦନ କରିଛନ୍ତି। ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୋଲିସ୍‌ ଡିଜି, ନୟାଗଡ ଜିଲ୍ଲାପାଳ, ଏସ୍‌ପି, ଶରଣକୂଳ ଥାନାଧିକାରୀଙ୍କ ସମେତ ୧୦ ଜଣଙ୍କୁ ଏହି ମାମଲାରେ ପକ୍ଷଭୁକ୍ତ କରାଯାଇଛି । ଅନ୍ୟପଟେ ୨୦୧୫ରେ ଏହି ମାମଲାରେ ମୁଖ୍ୟ ଶାସନ ସଚିବଙ୍କୁ ରାଷ୍ଟ୍ରପତି ଚିଠି ଲେଖିଥିବା ବେଳେ ସିବିଆଇ ପକ୍ଷରୁ ପୋଲିସ୍‌ ଡିଜିଙ୍କୁ ମଧ୍ୟ ପତ୍ର ଲେଖାଯାଇଥିବା ଜଣାପଡିଛି ।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

20 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

39 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

47 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago