ଡିପ୍ ଡିପ୍ରେସନରେ ପରିଣତ ହୋଇଛି ଲଘୁଚାପ : ଆସନ୍ତା ୪୮ ଘଣ୍ଟା ପର୍ୟ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା
ଗତକାଲି ଠାରୁ ରାଜ୍ଯରେ ବିଭିନ୍ନ ସ୍ଥାନରେ ବର୍ଷା ଜାରୀ ରହିଛି

ଭୁବନେଶ୍ବର (କେ ନ୍ୟୁଜ୍) : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷକରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ କନ୍ଧମାଳ, ସମ୍ବଲପୁର ଓ ଢେଙ୍କାନାଳ ଆଦି ୧୩ଟି ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ । ପରିସ୍ଥିତିର ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଏନଡିଆରଏଫ୍ ଓ ଅଗ୍ନିଶମ ବାହିନୀକୁ ସଜାଗ କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।