ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ନେଉଛି ଲଘୁଚାପ ରୂପ : ରାଜ୍ୟରେ ଜାରି ରହିଛି ବର୍ଷା

ଭୁବନେଶ୍ବର (କେନ୍ୟୁଜ୍) : ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ନେଉଛି ଲଘୁଚାପ ରୂପ । ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଭିଜୁଛି ଉପକୂଳ ଓଡ଼ିଶା । ଗତକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି । ୫ଟି ଜିଲ୍ଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ ବଲାଙ୍ଗିରରେ ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅନ୍ୟ ୮ଟି ଜିଲ୍ଲାରେ ଅଳ୍ପ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବର୍ଷା ଲାଗି ରହିଥିଲେ ବି ଏପର‌୍ୟ୍ୟନ୍ତ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ନାହିଁ । ନଦୀର ଜଳସ୍ତର ପ୍ରତି ତିନି ଘଣ୍ଟାରେ ସମୀକ୍ଷା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି । ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.