Below header

ଉତ୍ତର ବଙ୍ଗୋପସାଗରର ଘୂର୍ଣ୍ଣିବଳୟ, ୩ଦିନ ଧରି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ

ଭୁବନେଶ୍ବର (କେନ୍ୟୁଜ୍) : ମାଡି ଆସୁଛି ବଡ ବର୍ଷା। ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୩ଦିନ ଧରି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା। ଫଳରେ ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ମଧ୍ୟ ରହିଛି। ଲଘୁଚାପ ପ୍ରଭାବରେ ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇପାରେ। ଫଳରେ ବଡ଼ ବନ୍ୟା ଆସିବାର ସମ୍ଭାବନା ରହିଛି। ପରିସ୍ଥିତି ମୁକାବିଲା ପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ କୁହାଯାଇଛି ।

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟା ଭିତରେ ଅଧିକ ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହେବ । ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.