Below header

ଆସୁଛି ଆଉ ଏକ ଲଘୁଚାପ, ଆଜିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର (କେନ୍ୟୁଜ୍) : ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭବାନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ଆଜିଠୁ ପୁଣି ବର୍ଷା ଆରମ୍ଭ ହୋଇଯିବ । ବୁଧବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ମାତ୍ରା ଅଧିକ ରହିବ। ବିଶେଷକରି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର ଓ ଝାରସଗୁଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.