Below header

ଲଘୁଚାପ ନେଇଛି ଅବପାତର ରୂପ : ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ଟି ଜିଲ୍ଲା ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ୍ ଓ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି ।

ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହା ସହିତ ବନ୍ଦରଗୁଡ଼ିକରେ ୩ ନମ୍ବର ବିପଦ ସଂକେତ ଦିଆଯାଇଛି । ଲଗାଣ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ଆଶଙ୍କା ନଥିବା ଡେପୁଟି ଏସ୍ଆରସି ପ୍ରଭାତ ମହାପାତ୍ର ସୂଚନା ଦେଇଛନ୍ତି । ତଥାପି ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା ଥିବାରୁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାପାଳଙ୍କୁ ଅଧିକ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.