ବର୍ଷା ଯୋଗୁ ଭାରସାମ୍ୟ ହରାଇ ପୋଖରୀରେ ପଶିଗଲା କାର, ଅଳ୍ପକେ ବର୍ତ୍ତିଲେ ୫ ଯୁବକ

ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାର୍କୋଣା ବଜାର ସାହି ନିକଟରେ ପ୍ରବଳ ବର୍ଷା ଯୋଗୁଁ କାରଟି ବାରସାମ୍ୟ ହରାଇ ପୋଖରୀରେ ପଶିଗଲା କାର।

ସୋର (କେନ୍ୟୁଜ): ଭାରସାମ୍ୟ ହରାଇ ପୋଖରୀରେ ପଶିଗଲା କାର । ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାର୍କୋଣା ବଜାର ସାହି ନିକଟରେ ଏହି ଦୁର୍ଘଟଣା ଘଟିଛି । ପ୍ରବଳ ବର୍ଷା ଯୋଗୁଁ କାରଟି ବାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଦଳପୂର୍ଣ୍ଣ ପୋଖରୀ ଭିତରେ ପଶି ଯାଇଥିଲା ।

ତେବେ କାର ଭିତରେ ଥବା ୫ ଜଣ ଯୁବକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସ୍ଥାନୀୟ ଲୋକମାନେ ସେମାନଙ୍କୁ ଉଦ୍ଧାର କରିଥିଲେ । କାର୍‌ କାଚ ଭାଙ୍ଗି ୫ଜଣଙ୍କୁ ଉଦ୍ଧାର କରାଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି । ସେମାନେ ଆହତ ଥିବାରୁ ପ୍ରଥମେ ସେମାନଙ୍କୁ ସିମୁଳିଆ ଓ ପରେ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି । କାର୍‌ଟି ଧାମରାରୁ ଧାମନଗର ଯାଉଥିଲା ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.