Below header

ଦୁର୍ବଳ ମୈାସୁମୀ ଯୋଗୁ ରାଜ୍ୟରେ ଦେଖାଦେଇଛି ନିଅଣ୍ଟିଆ ବର୍ଷା

କେନ୍ୟୁଜ (ବ୍ୟୁରୋ) :  ମୌସୁମୀ ସହ ଜଡ଼ିତ ଟ୍ରଫ୍ ଲାଇନର ସ୍ଥିତି ହିମାଳୟର ପାଦଦେଶରେ ଥିବାରୁ ଓଡ଼ିଶାରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରବାହ ଦୂର୍ବଳ ରହିଛି । ଫଳରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ଦେଖାଦେଇଛି। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

କୋରାପୁଟ, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜରେ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଅନ୍ୟ କେତକ ଜିଲ୍ଲାର ଗୋଟିଏ-ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

ଆସନ୍ତାକାଲି ମଧ୍ୟ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ତେବେ ୩୦ ଓ ୩୧ ତାରିଖ ବେଳକୁ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଜୁନ ୧ରୁ ଜୁଲାଇ ୨୮ ତାରିଖ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ ୧୨ ପ୍ରତିଶତ କମ ବର୍ଷା ହୋଇଥିବା ଜଣାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.