ରାଜ୍ୟ

ନିର୍ମାଣଧୀନ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ସମୀକ୍ଷା : ୨୦୨୩-୨୪ରେ ସରିବ ଆଉ ୮୪ କିମି

ଭୁବନେଶ୍ୱର (କେନ୍ୟୁଜ): ନିର୍ମାଣଧୀନ ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ପ୍ରକଳ୍ପର ପୁରୁଣାପାଣି ସୋନପୁର ରେଳ ସେକ୍ସନ ଯାଞ୍ଚ କରାଯାଇଛି । ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଅଗଷ୍ଟ ୨୪ ତାରିଖରେ ରେଳ ପ୍ରକଳ୍ପର ପୁରୁଣାପାଣି-ସୋନପୁର ରେଳ ସେକ୍ସନ ନିରୀକ୍ଷଣ କରି ବିଭିନ୍ନ ଭିତ୍ତିଭୂମି କାର୍ଯ୍ୟ ସମ୍ପର୍କରେ କାର୍ଯ୍ୟରତ ଅଧିକାରୀ ମାନଙ୍କ ଠାରୁ ନିର୍ମାଣ କାର୍ଯ୍ୟ ପଚାରି ବୁଝିଥିଲେ । ତେଲ ନଦୀ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ମାଣଧୀନ ରେଳ ବ୍ରିଜ୍ ମଧ୍ୟ ଶ୍ରୀ ଶର୍ମାଙ୍କ ଦ୍ୱାରା ଯାଞ୍ଚ କରାଯାଇଛି । ଯାହା ତେଲ ନଦୀର ପ୍ରାକୃତିକ ଜଳ ପ୍ରବାହ ବ୍ୟତୀତ ମହାନଦୀର ପଛୁଆ ଜଳ ତେଲ ନଦୀରେ ପ୍ରବେଶ କରୁଥିବାରୁ ଏହି ନଦୀ ଉପରେ ପୋଲ ନିର୍ମାଣ କାର୍ଯ୍ୟ ରେଳବାଇ ପାଇଁ ଏକ ଆହ୍ବାନ ଅଟେ ।

ଏହି ଯାଞ୍ଚ ସମୟରେ ପ୍ରକଳ୍ପ କାର୍ଯ୍ୟଗୁଡ଼ିକର ଶୀଘ୍ର ସମାପ୍ତକୁ ନେଇ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ପୁରୁଣାପାଣି ଏବଂ ସୋନପୁରରେ ନୂତନ ଷ୍ଟେସନ୍ ବିଲଡିଂ ଯାଞ୍ଚ କରିବା ସହ ଯାତ୍ରୀମାନଙ୍କ ଆରାମ ପାଇଁ ପ୍ରତୀକ୍ଷା କକ୍ଷ, କନକୋର୍ସ, ପ୍ଲାଟ୍‌ଫର୍ମ ଆଲୋକ, ଶୌଚାଳୟ ଇତ୍ୟାଦି ସମ୍ବନ୍ଧରେ ଗୁରୁତ୍ଵ ଦେଇଛନ୍ତି । ଏହାସହ ରେଳ ଯାତ୍ରାଙ୍କ ସୁବିଧା ପାଇଁ ସଡ଼କ ସଂଯୋଗରେ ଉନ୍ନତି ଆଣିବା ପାଇଁ ମହାପ୍ରବନ୍ଧକ ମଧ୍ୟ ରାଜ୍ୟ ସରକାରୀ କର୍ମଚାରୀଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହାସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରାଜ୍ୟରେ ଚାଲୁ ରହିଥିବା ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ପ୍ରାଥମିକତା ଦେଉଛନ୍ତି । ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନିରନ୍ତର ନଜର ରଖିଛନ୍ତି।

ସେପଟେ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ୩୦୧ କିଲୋମିଟର ଦୈର୍ଘ୍ୟ ମଧ୍ୟରୁ ମୋଟ ୧୪୨.୫ କିଲୋମିଟର କାର୍ଯ୍ୟ ଏପର୍ଯ୍ୟନ୍ତ ଶେଷ ହୋଇଛି, ସେଥିମଧ୍ୟରୁ ଖୋର୍ଦ୍ଧା ରୋଡରୁ ଦଶପଲ୍ଲା ପର୍ଯ୍ୟନ୍ତ ପ୍ରାୟ ୧୦୫.୮ କିଲୋମିଟର ଏବଂ ବଲାଙ୍ଗୀରରୁ ଖମ୍ବେଶ୍ୱରପାଲି ପର୍ଯ୍ୟନ୍ତ ୩୬.୬ କିଲୋମିଟର ଦୂରତା ଅନ୍ତର୍ଭୁକ୍ତ । ୨୦୨୩-୨୪ ଆର୍ଥିକ ବର୍ଷରେ ଖମ୍ବେଶ୍ୱରପାଲି ଠାରୁ ପୁରୁଣାକଟକ ପର୍ଯ୍ୟନ୍ତ ପ୍ରାୟ ୮୪ କିଲୋମିଟର ଦୈର୍ଘ୍ୟ ରେଳ ଲାଇନକୁ ସମ୍ପୂର୍ଣ୍ଣ କରିବାକୁ ପୂର୍ବତଟ ରେଳପଥ ଲକ୍ଷ୍ୟ ରଖିଛି । ନିରୀକ୍ଷଣ ସମୟରେ ପୂର୍ବତଟ ରେଳପଥ ମୁଖ୍ୟ ପ୍ରଶାସନିକ ଅଧିକାରୀ(ନିର୍ମାଣ) ପି ଶ୍ରୀନିବାସ, ସମ୍ବଲପୁର ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଭିନୀତ ସିଂ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ମହାପ୍ରବନ୍ଧକ ଶ୍ରୀ ଶର୍ମାଙ୍କ ଯାଞ୍ଚ ସମୟରେ ଉପସ୍ଥିତ ଥିଲେ।

Barsha

Recent Posts

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

2 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

9 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

17 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

19 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

27 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

52 mins ago