Below header

ଜମି ଦୁର୍ନୀତି ମାମଲା: ବିଧାୟକ ପ୍ରଫୁଲ୍ଲ ସାମଲ ଓ ପୁଅଙ୍କୁ ଇଡିର ସମନ

ବିଧାୟକ ପ୍ରଫୁଲ୍ଲ ସାମଲ ଓ ପୁଅଙ୍କୁ ଇଡିର ସମନ । ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ସମନ୍ ହୋଇଛି । ସମସ୍ତ ଦସ୍ତାବିଜ୍ ସହ ହାଜର ହେବାକୁ କହିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।

ଭୁବନେଶ୍ୱର (କେନ୍ୟୁଜ): ବିଧାୟକ ପ୍ରଫୁଲ୍ଲ ସାମଲ ଓ ପୁଅଙ୍କୁ ଇଡିର ସମନ । ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ସମନ୍ ହୋଇଛି । ସମସ୍ତ ଦସ୍ତାବିଜ୍ ସହ ହାଜର ହେବାକୁ କହିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ଦୁଇ ଦିନ ପୂର୍ବରୁ ଭୁବନେଶ୍ୱର ଓ ଭଦ୍ରକର ୧୦ଟି ସ୍ଥାନରେ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଗତକାଲି ଭୁବନେଶ୍ବରରେ ପ୍ରୟାସକାନ୍ତିଙ୍କ ଘରୁ ପ୍ରାୟ ୧୦ ଲକ୍ଷ ଟଙ୍କା ଓ କଳା ରଙ୍ଗର ଫର୍ଚୁନର କାର ଜବତ ହୋଇଥିଲା ।

ସେପଟେ ଗତକାଲି ଇଡି ଚଢାଉ ପରେ ମୁହଁ ଖୋଲିଥିଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ରାଜନୈତିକ ଆକ୍ରୋଶ ଚଢାଉ କରାଯାଇଥିବା ସେ କହିଛନ୍ତି । ସେ କହିଛନ୍ତି, ମୁଁ କୌଣସି ଚୋରି କରିନାହିଁ । ଗତ ୧୫ ବର୍ଷ ହେଲା ଇଞ୍ଜିନିୟରିଂ କଲେଜ ସହ ତାଙ୍କର କୌଣସି ପ୍ରକାର ସଂପର୍କ ନଥିବା କହିଛନ୍ତି ପ୍ରଫୁଲ୍ଲ । ଆକ୍ରୋଶମୂଳକ ଭାବେ ଇଡି ଚଢ଼ାଉ କରାଯାଇଛି। ନିର୍ବାଚନ ପୂର୍ବରୁ ଏଭଳି ଚଢ଼ାଉ କରିବା ପଛର ଅର୍ଥ କ’ଣ ବୋଲି କହିଛନ୍ତି ପ୍ରଫୁଲ୍ଲ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.