ମୁଖ୍ଯମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ: ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀ ପାଇବେ ପୁରସ୍କାର

ଭୁବନେଶ୍ବର(କେନ୍ୟୁଜ୍):5T ରୂପାନ୍ତରିତ ସ୍କୁଲ ଓ ଅନ୍ୟ ସ୍କୁଲମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିକ୍ଷାର ଉତ୍କର୍ଷ ପାଇଁ ବର୍ଷକୁ ୧୦୦ କୋଟି ଟଙ୍କାର ପୁରସ୍କାର ଘୋଷଣା କରାଯାଇଛି । ବ୍ଲକ୍‌, ଜିଲ୍ଲା ଓ ରାଜ୍ୟସ୍ତରରେ ଏହି ପୁରସ୍କାର ପ୍ରଦାନ କରାଯିବ । ୫୦ ହଜାର ଛାତ୍ରଛାତ୍ରୀ, ୧୫ ଶହ ପ୍ରଧାନଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀ , ସ୍କୁଲ ପରିଚାଳନା କମିଟି, ସରପଞ୍ଚ, ପୁରାତନ ଛାତ୍ରମାନଙ୍କୁ ପୁରସ୍କାର ପ୍ରଦାନ କରାଯିବ ।

ଆଜି ୟୁନିଟ-୯ ସ୍ଥିତ ସରକାରୀ ହାଇସ୍କୁଲରେ ରାଜ୍ୟସ୍ତରୀୟ ଶିଶୁ ଦିବସ ଉତ୍ସବର ଉଦ୍‌ଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ପୁରସ୍କାର ଘୋଷଣା କରିଛନ୍ତି । ଏହି ଅବସରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.