ଶିକ୍ଷାବିତ୍ ଓ ସମାଜସେବୀ ଡ. ଅଚ୍ୟୁତ ସାମନ୍ତଙ୍କୁ ତାଇୱାନର ହୁଆଫାନ ବିଶ୍ବବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ

ଶିକ୍ଷାବିତ୍ ଓ ସମାଜସେବୀ ଡ. ଅଚ୍ୟୁତ ସାମନ୍ତଙ୍କୁ ତାଇୱାନର ହୁଆଫାନ ବିଶ୍ବବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟୋରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ଏହା ହେଉଛି ଡ. ସାମନ୍ତଙ୍କର ୫୬ତମ ସମ୍ମାନସୂଚକ ଡକ୍ଟୋରେଟ୍ ଡିଗ୍ରୀ।

ଶିକ୍ଷାବିତ୍ ଓ ସମାଜସେବୀ ଡ. ଅଚ୍ୟୁତ ସାମନ୍ତଙ୍କୁ ତାଇୱାନର ହୁଆଫାନ ବିଶ୍ବବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ଏହା ହେଉଛି ଡ. ସାମନ୍ତଙ୍କର ୫୬ତମ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ। ଶିକ୍ଷା ଓ ସାମାଜିକ ନ୍ୟାୟ ଓ ମହିଳା ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ହୁଆଫାନ ବିଶ୍ୱବିଦ୍ୟାଳୟର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ସମ୍ମାନସୂଚକ ଡକ୍ଟୋରେଟ୍ ପ୍ରଦାନ କରାଯାଇଛି। ଡ. ସାମନ୍ତଙ୍କ ଅନୁପସ୍ଥିତିରେ ତାଙ୍କର ସ୍ୱତନ୍ତ୍ର ପ୍ରତିନିଧି ଏହି ସମ୍ମାନସୂଚକ ଡକ୍ଟରେଟ୍ ଗ୍ରହଣ କରିଥିଲେ। ଡ. ଅଚ୍ୟୁତ ସାମନ୍ତ ଦୀର୍ଘ ତିନି ଦଶନ୍ଧି ଧରି କିସ୍ ଜରିଆରେ ଜନଜାତିଙ୍କ ଶିକ୍ଷାର ବିକାଶରେ ନିଜକୁ ସାମିଲ କରିଛନ୍ତି। ଏହା ବ୍ୟତୀତ ସାମାଜିକ ନ୍ୟାୟ ଓ ମହିଳା ସଶକ୍ତିକରଣ ଦିଗରେ ମଧ୍ୟ ସେ ଉଲ୍ଲେଖନୀୟ କାର୍ଯ୍ୟ କରିଆସୁଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.