ଜମି ଜମା ବିବାଦକୁ ନେଇ ଖଣ୍ଡାରେ ହାଣିଲା ବଡ଼ ଭାଇ, ଘଟଣାସ୍ଥଳରେ ସାନ ଭାଇର ମୃତ୍ୟୁ

ମୟୁରଭଞ୍ଜ : ଜମି ଜମା ବିବାଦକୁ ନେଇ କରୁଣ ପରିଣିତି । ସାନ ଭାଇକୁ ଖଣ୍ଡାରେ ହାଣିଲା ବଡ଼ ଭାଇ । ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନଳଗଜା ଲୁଣଚାଟି ଗାଁରେ । ରବିବାର ଦିନ ଦିନ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଜାଗା ବିବାଦକୁ ନେଇ ବଡ଼ ଭାଇ ଏବଂ ସାନ ଭାଇ ମଧ୍ୟରେ ଯୁକ୍ତିତର୍କ ହେବାରୁ ସାନ ଭାଇକୁ ଖଣ୍ଡାରେ ହାଣି ଜୀବନ ନେଇଛି ବଡ଼ଭାଇ ।

ଉକ୍ତ ଗାଁର ଦେବେନ୍ଦ୍ର ମାହାନାଙ୍କ ପାଞ୍ଚ ପୁଅ ଥିବା ବେଳେ ଜମି ଜମାକୁ ନେଇ ଆଜି ସକାଳେ ବଡ ପୁଅ ଅରୁଣ ମାହାନା ଏବଂ ସାନ ପୁଅ ଜୟନ୍ତ ମାହାନାଙ୍କ ମଧ୍ୟରେ ଘର ସୀମାକୁ ନେଇ ଗଣ୍ଡଗୋଳ ହୋଇଥିଲା । ଉକ୍ତ ଗଣ୍ଡଗୋଳ ଆଜି ଚରମ ସୀମାରେ ପହଞ୍ଚି ଉଗ୍ର ରୂପ ଧାରଣା କରିଥିଲା l ଆଜି ସକାଳେ ଜୟନ୍ତ ଘର ସୀମାରେ ବାଡ଼ ଘେରିବାକୁ ଥିବା ସମୟରେ ଜୟନ୍ତ ଓ଼ ଅରୁଣଙ୍କ ମଧ୍ୟରେ ଗଣ୍ଡଗୋଳ ଓ଼ ମାରପିଟ ହୋଇଥିଲା  l

ତେବେ ଅରୁଣଙ୍କ ରାଗ ଅତ୍ୟନ୍ତ ଉଗ୍ରରୂପ ଧାରଣା କରିଥିଲାଯେ, ସେ ଏକ ଧାରୁଆ ଖଣ୍ଡାରେ ଜୟନ୍ତଙ୍କ ବେକକୁ ହାଣିବା ଫଳରେ ଅରୁଣ ଘଟଣାସ୍ଥଳରେ ଟଳି ପଡ଼ିଥିଲେ l ଏତିକିରେ ଅରୁଣଙ୍କ ରାଗ ଶାନ୍ତ ନପଡିବାରୁ ସେ ଉକ୍ତ ତରୁଆଲରେ ବାରମ୍ବାର ଜୟନ୍ତଙ୍କ ବେକକୁ ହାଣିବାରୁ ଘଟଣାସ୍ଥଳରେ ଅରୁଣଙ୍କ ମୃତ୍ୟୁ ଘଟିଥିଲା । ତେବେ ଖବର ପାଇ ରାସଗୋବିନ୍ଦପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ବଡ଼ ଭାଇ ଆକ୍ରମଣ କରିଥିବା ଅସ୍ତ୍ର ଏବଂ ମୋଟର ସାଇକେଲ ନେଇ ଫେରାର ହୋଇଯାଇଥିବା ଜଣାପଡିଛି ।

Leave A Reply

Your email address will not be published.