ଗଞ୍ଜାମ : ଗୋଡାଇ ଗୋଡାଇ ହତ୍ୟା। ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ । ଗାଁ ଦାଣ୍ଡରେ ବଡ ଭାଇଙ୍କୁ ଗୋଡାଇ ଗୋଡାଇ ସାନଭାଇକୁ ହତ୍ୟା କରିଛି ବଡ଼ଭାଇ । ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅର୍ନ୍ତଗତ ମନଶିଳା ଗାଁରେ ଘଟିଛି ଏଭଳି ଘଟଣା । ମୃତକ ହେଲେ କୁନା ନାଏକ । ଗୁରୁତର ଅବସ୍ଥାରେ କୁନାଙ୍କୁ ପ୍ରଥମେ ପୋଲସରା ଓ ପରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ପୋଲସରା ଥାନା ଅଧିକାରୀ ସୁଚନା ଦେଇଛନ୍ତି । ମୃତଦେହ ବ୍ୟବଚ୍ଛେଦ କରି ଘଟଣାର ତଦନ୍ତ ଚଳାଇଛି ପୋଲସରା ଥାନା ପୋଲିସ । ଘଟଣା ପରେ ବଡଭାଇକୁ ଅଟକ ରଖି ପଚରା ଉଚୁରା କରାଯାଉଛି । ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରୁଛି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…