Categories: ରାଜ୍ୟ

ଦନ୍ତାର ଦାଦାଗିରି, ଶୋଇଥିବାବେଳେ ଘରୁ ଟାଣି ଆଣି କଚାଡିଦେଲା

ଢେଙ୍କାନାଳ(କେନ୍ଯୁଜ୍) : ଘରେ ଶୋଇଥିବାବେଳେ ଟାଣି ଆଣି ଆକ୍ରମଣ କଲା ଦନ୍ତା। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଲକ ଅଙ୍କରାନ୍ତିପୁର ଗାଁରେ । ହାତୀ ଆକ୍ରମଣରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ତାଙ୍କ ନାଁ ଶ୍ରୀନିବାସ ଦେହୁରୀ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଗୁରୁତର ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଂକଟାପନ୍ନ ହେବାରୁ କଟକ ସ୍ଥାନାନ୍ତର କରାଯାଇଛି ।

ଦିନକୁ ଦିନ ସ୍ଥାନୀୟ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ି ଚାଲିଥିବା ଯୋଗୁଁ ପ୍ରତିବାଦରେ ଗାଁଲୋକ ୫୫ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ଢେଙ୍କାନାଳ ଓ ଅନୁଗୁଳକୁ ଯାତାୟତ ବାଧାପ୍ରାପ୍ତ ହୋଇଛି ।

ବିଦ୍ୟୁତ୍‌ ତାର ଲାଗି ହାତୀ ମୃତ

ବଲାଙ୍ଗିର ଦେଓଗାଁ ଉପରଝର ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ୧୧ କେ.ଭି ବିଦ୍ଯୁତ୍ ତାର ସଂସ୍ପର୍ଶରେ ଆସି ଏକ ହାତୀର ମୃତ୍ୟୁ ହୋଇଛି । ଏନେଇ ବଲାଙ୍ଗିର ଡିଏଫ୍‌ଓ ସୂଚନା ଦେଇଥିବାବେଳେ ବନବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଦୁର୍ବୃତ୍ତମାନେ ଦନ୍ତା ହାତୀର ୨ଟି ଯାକ ଦାନ୍ତ କାଟିନେଇଥିବା ଗାଁଲୋକେ ଅଭିଯୋଗ କରିଛନ୍ତି ।

KNews Bureau

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

10 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

25 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

35 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

46 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago