ରାଜ୍ୟ

ପଣସ ଖାଇବାକୁ ଆସି ହଟହଟା, ଦୁଇ ଗଛ ମଝିରେ ଫସିଲା ହାତୀ

ଅନୁଗୁଳ (କେନ୍ୟୁଜ): ପଣସ ଖାଇବାକୁ ଆସି ହାତୀ ହଟହଟା। ଦୁଇ ଗଛ ମଝିରେ ଫସିଲା ହାତୀ। ଅନୁଗୁଳ ଜଗନ୍ନାଥପୁର ବୁର୍ତି ଗାଁକୁ ପଣସ ଖାଇବାକୁ ଆସି ହାତୀଟି ଆମ୍ବ ଓ ପଣସ ଗଛ ମଝିରେ ହାତୀର ଗୋଡ଼ ଲାଖି ରହିଛି। ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରଖିଛି। ଜଙ୍ଗଲର ବହୁ ଗଛରେ ପଣସ ପାଚିଥିବା ବେଳେ ତାହାକୁ ଖାଇବାକୁ ଗତ ରାତିରେ ହାତୀଟି ଜଙ୍ଗଲରେ ପଶିଥିଲା। ତେବେ ହାତୀଟି ନିଜ ଦଳ ସହ ଆସିଛି ନା ଏକୁଟିଆ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନି।

ଆଜି ସକାଳେ ସ୍ଥାନୀୟ ଲୋକେ ଜଙ୍ଗଲକୁ ଯାଇଥିବା ବେଳେ ହାତୀଟି ୨ଟି ଗଛ ମଝିରେ ଫସିଥିବା ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀଟିକୁ ବାହାର କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହ ମେଡିକାଲ ଟିମ୍‌କୁ ବି ଖବର ଦିଆଯାଇଥିବା ଅନୁଗୁଳ ଡିଏଫଓ ସୂଚନା ଦେଇଛନ୍ତି। ହାତୀଟି ବାହାରିବା ପରେ ତା’ ଗୋଡ଼ରେ କିଛି ଆଘାତ ଲାଗିଛି କି ନାହିଁ ତାହା ମେଡିକାଲ ଟିମ୍‌ ଯାଞ୍ଚ କରିବ ବୋଲି ସେ କହିଛନ୍ତି।

 

Barsha

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

13 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

15 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

56 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago