ରାଜ୍ୟ

ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା, ଆସନ୍ତା ୧୧ ତାରିଖରେ ବସିବ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ

ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା। ହାତୀ ମୃତ୍ୟୁ ନେଇ ହାଇକୋର୍ଟରେ ବସିବ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ। ହାତୀ ମୃତ୍ୟୁ ରୋକିବା ନେଇ ରାଜ୍ୟରେ ହୋଇଥିବା ପଲିସି ସମ୍ପର୍କରେ ଏହି ବୈଠକରେ ଜଣାଇବେ ଜଏଣ୍ଟ ଟାସ୍କଫୋର୍ସ । ଆସନ୍ତା ୧୧ ତାରିଖ ଅପରାହ୍ନ ସାଢେ ୪ ଟାରେ ବସିବ ଏହି ବୈଠକ।

ଜଏଣ୍ଟ ଟାସ୍କଫୋର୍ସ ସହିତ ଆବେଦନକାରୀ ଓ ଇଣ୍ଟରଭେନର ଓକିଲ ସାମିଲ ହେବେ । କି ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ଜଣାଇବେ ଜଏଣ୍ଟ ଟାସ୍କଫୋର୍ସ। ସେହି ଦିନ ହାଇକୋର୍ଟରେ ମାମଲାର ଶୁଣାଣି ମଧ୍ୟ ରହିଛି। ଓଡିଶାରେ ହାତୀ କରିଡର ପାଇଁ ସେଦିନ ହେବ ଶୁଣାଣି।

ଗତ ଦେଢ଼ ମାସରେ ଓଡ଼ିଶାରେ ୨୪ ଟି ହାତୀ ମୃତ୍ୟୁ ହୋଇଛି। ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ ଥିଲା ଏହି ଶୁଣାଣି। ଆବେଦନକାରୀ ଗୀତା ରାଉତଙ୍କ ପକ୍ଷରୁ ରୁଜ୍ଜୁ ହୋଇଛି ଏହି ମାମଲା। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଆବେଦନକାରୀଙ୍କ ଓକିଲ ଆଶିଷ ମିଶ୍ର।

Niharanjan

Recent Posts

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

41 mins ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

41 mins ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

1 hour ago

କିଟରେ ଇଣ୍ଡିଆନ ନ୍ୟାସନାଲ ସାଇନ୍ସ ଏକାଡେମୀର ଦୁଇ ଦିନିଆ ସେମିନାର

ଭୁବନେଶ୍ୱର : କିଟ ବିଶ୍ଵବିଦ୍ୟାଳୟ ପରିସରରେ ଇଣ୍ଡିଆନ ନ୍ୟାସନାଲ ସାଇନ୍ସ ଏକାଡେମୀର ଦୁଇ ଦିନିଆ ସେମିନାର ଉଦଘାଟିତ ହୋଇଛି ।…

2 hours ago

ଗଛରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା କାର, ୩ ଆହତ

କରଞ୍ଜିଆ : କରଞ୍ଜିଆରୁ ଭୁବନେଶ୍ୱର ଯାଉଥିବା ଏକ କାର ଠାକୁରମୁଣ୍ଡା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ହୁତୁ ହୁତୁ ହୋଇ ଜଳିଯାଇଛି…

2 hours ago

ପୋଖରୀକୁ ଗାଧୋଇବାକୁ ଯାଇ ଏକା ସାଙ୍ଗେ ଚାଲିଗଲେ ମା’ ଝିଅ

ଉମରକୋଟ୍‌:  ଆଜି ହେଉଛି ପହିଲି ରଜ । ଗାଁ ଠୁ ସହର ଉତ୍ସବ ମୁଖର ପରିବେଶ । ଚାରିଆଡ଼େ ପୋଡ଼…

2 hours ago