Categories: ରାଜ୍ୟ

ସହର ମୁହାଁ ଗଜରାଜ, କଟକ ମହାନଦୀ ପଠାରେ ୧୬ ଟିକିଆ ପଲ

କଟକ(କେନ୍ଯୁଜ୍) : ସହର ମୁହାଁ ହାତୀପଲ। କଟକ ମହାନଦୀ ନୂଆପାଟଣା ପଠାରେ ହାତୀପଲ। ଗତକାଲି ରାତିରେ ଆଠଗଡ଼ ଜଙ୍ଗଲରୁ ଆସିଛନ୍ତି ୧୬ ଟିକିଆ ପଲ। ଏମାନେ ମହାନଦୀ ପାର୍‌ ହୋଇ ପଠାକୁ ଚାଲି ଆସିଛନ୍ତି। ଏତେ ପାଖରେ ହାତୀ ପଲଙ୍କୁ ଦେଖି ସ୍ଥାନୀୟଲୋକେ ଭୟଭୀତ ହୋଇପଡିଛନ୍ତି। ସେପଟେ ବନବିଭାଗ ପକ୍ଷରୁ ବାଣ ଫୁଟାଇ ନିଆଁ ଜାଳି ସେମାନଙ୍କୁ ଘଉଡାଇବା ପାଇଁ ଚେଷ୍ଟା କରାଯାଉଛି। ମଧୁସୂଦନ ସେତୁ ଦେଇ ଲୋମାନଙ୍କୁ ଯିବା ପାଇଁ ବାରଣ କରାଯାଇଛି। ସହର ଭିତରେ ଯେପରି ହାତୀ ପଲ ନପଶିବେ ସେଥିପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି।

ସେପଟେ ଆଠଗଡ଼ ବନଖଣ୍ଡ ଖୁଣ୍ଟୁଣୀ ରେଞ୍ଜରେ ହାତୀ ଆତଙ୍କ । ହାତୀ ପଲ ଗାଁରେ ପଶି ଏକର ଏକର ଫସଲ ନଷ୍ଟ କରୁଛନ୍ତି। ପାଚିଲା ଧାନ ଖାଇବା ସହ ଘରଦ୍ୱାର ଭଙ୍ଗାରୁଜା କରୁଛନ୍ତି। ବିଭିନ୍ନ ସ୍ଥାନରେ ହାତୀ ପଲ ରାସ୍ତା ଉପରକୁ ଚାଲି ଆସିବାରୁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି । ବନ ବିଭାଗ ପକ୍ଷରୁ ଲଗାଯାଇଥିବା ସୋଲାର ତାର ବାଡ଼ ଭାଙ୍ଗି ରାସ୍ତା ଉପରକୁ ଚାଲିଆସୁଛନ୍ତି ହାତୀ । ଲୋକମାନେ ମଞ୍ଚା ବାନ୍ଧି ହାତୀପଲଙ୍କୁ ଘଉଡାଇବାକୁ ଚେଷ୍ଟା କରୁଛନ୍ତି।

KNews Bureau

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

3 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

3 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

4 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

6 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

6 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

6 hours ago