କେନ୍ଦୁଝର(କେ ନ୍ୟୁଜ): ଥମୁନି ହାତୀ ଉପଦ୍ରବ । କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳର ଗୋଳାଗାଡିଆ ଗାଁରେ ଲୋକଙ୍କ ନିଦ ହଜାଇଲେ ୧୫ ଟିକିଆ ହାତୀପଲ । ପ୍ରତିଦିନ ଘର ଭାଙ୍ଗି ଧାନ ଚାଉଳ ଖାଇଯାଉଛନ୍ତି ହାତୀ । ବନାଞ୍ଚଳରେ ୪୦ଟି ହାତୀଙ୍କ ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସେଥିମଧ୍ୟରୁ ଏକ ୧୫ ଟିକିଆ ହାତୀ ପଲ ଗତକାଲି ବିଳମ୍ବିତ ରାତିରେ ଗୋଳାଗାଡିଆ ଗ୍ରାମର ଜୟନ୍ତୀ ମୁଣ୍ଡାଙ୍କ ୨ବଖରା ଘର ଭାଙ୍ଗି ଧାନ ଚାଉଳ ନଷ୍ଟ କରିଦେଇଛନ୍ତି ।
ସେହିପରି ଗତ ୨ଦିନ ତଳେ ଗ୍ରାମର ବିଷ୍ଣୁ ମହାକୁଡଙ୍କ ୩ ବଖରା ଘର ଭାଙ୍ଗି ଧାନ ଚାଉଳ ଖାଇ ଯାଇଥିଲେ ହାତୀ ପଲ । ବନ ବିଭାଗ ପକ୍ଷରୁ ହାତୀ ଘଉଡ଼ାଇବାରେ ବିଫଳ ହେଉଥିବା ଅଭିଯୋଗ ହୋଇଛି । କ୍ଷତିଗ୍ରସ୍ତଙ୍କୁ ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ଭୀମକାଣ୍ଡ ସରପଞ୍ଚ ନିରଞ୍ଜନ ନାୟକ ଦାବି କରିଛନ୍ତି ।
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…