Below header

ବଲାଙ୍ଗିର ଦୁହେଲ ଗାଁରେ ପୋଲିସର ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣା ଆହତ

ବଲାଙ୍ଗିର(କେନ୍ୟୁଜ୍) : ବଲାଙ୍ଗିର ଜିଲ୍ଲା ଦୁହେଲ ଗାଁରେ ପୋଲିସର ଏନ୍‌କାଉଣ୍ଟର। ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣା ଗୁରୁତର ଆହତ ହୋଇଛି। ତାର ବାମ ଗୋଡରେ ଗୁଳି ବାଜିଛି। ତାକୁ ପ୍ରଥମେ ବଲାଙ୍ଗିର ଓ ପରେ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ସୀତାରାମକୁ ଗିରଫ କରିବାବେଳେ ପ୍ରଥମେ ସେ ପୋଲିସ ଉପରକୁ ଗୁଳି ଚଳାଇଥିଲା । ଏହାପରେ ପୋଲିସ ପାଲଟା ଗୁଳି କରିବାରୁ ତାର ଗୋଡରେ ବାଜିଥିଲା। ସୀତାରାମ ବୁରୁଦ୍ଧରେ ବଲାଙ୍ଗିର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.