ରାଜ୍ୟ

ନୂଆବର୍ଷ ପୂର୍ବରୁ ଅଶାନ୍ତ ରାଜଧାନୀ: କୁଖ୍ୟାତ ଅପରାଧୀ ରଘୁ ବିଶ୍ବାଳକୁ ଏନକାଉଣ୍ଟର

ଭୁବନେଶ୍ବର (କେନ୍ୟୁଜ): ନୂଆବର୍ଷ ପୂର୍ବରୁ ଅଶାନ୍ତ ରାଜଧାନୀ। ଭୁବନେଶ୍ବରରେ ଏନକାଉଣ୍ଟର। କୁଖ୍ୟାତ ଅପରାଧୀ ରଘୁ ବିଶ୍ବାଳକୁ ଏନକାଉଣ୍ଟର। ଭୁବନେଶ୍ବର ବାଲିଯାତ୍ରା ପଡ଼ିଆ ରାସ୍ତାରେ ଏହି ଏନକାଉଣ୍ଟର ହୋଇଛି। ରଘୁର ବାମ ଗୋଡ଼ରେ ଗୁଳି ବାଜିଛି। କଟକ SCBକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରୁ ରଘୁର ସହଯୋଗୀ ଫେରାର ହୋଇଯାଇଛି।

ସୂଚନା ଅନୁଯାୟୀ ବୁଧବାର ବିଳମ୍ବିତ ରାତିରେ ମଞ୍ଚେଶ୍ଵର୍ ଥାନା ପୋଲିସ ଓ ସ୍ପେଶାଲ୍ ସ୍କ୍ୱାର୍ଡ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ ରଘୁ ଓ ତାହାର ଜଣେ ସହଯୋଗୀ ପୁନିଆ ନାୟକ ଏକ କେଟିଏମ୍ ବାଇକରେ ଭୁବନେଶ୍ୱର ବାଲିଯାତ୍ରା ପଡିଆ ରାସ୍ତା ଦେଇ ଯାଉଥିଲେ । ଏହି ସମୟରେ ସେମାନଙ୍କୁ ପୋଲିସ ଅଟକାଇବାରୁ ହଠାତ୍ ରଘୁ ନିଜ ମାଉଜର ବାହାର କରି ପୋଲିସ ଉପରକୁ ଗୁଳି ଚଳାଇଥିଲା । ତିନି ରାଉଣ୍ଡ ଗୁଳି ମାଡ ପରେ ପୋଲିସ ପକ୍ଷରୁ ପାଲଟା ଗୁଳି ଚାଳନା ହୋଇଥିଲା । ଯେଉଁଥିରେ ରଘୁର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ଘଟଣାସ୍ଥଳରେ ପଡ଼ିଯାଇଥିଲା । ଆହତ ଅବସ୍ଥାରେ ରଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

Barsha

Recent Posts

ଶ୍ରୀମନ୍ଦିର ପରିସରରେ ଥିବା କୂଅରେ ପଡିଲେ ଶ୍ରଦ୍ଧାଳୁ, ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସୁରକ୍ଷିତ ଉଦ୍ଧାର

ଶ୍ରୀମନ୍ଦିର ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଶ୍ରଦ୍ଧାଳୁ ଆନନ୍ଦବଜାରର ଉତ୍ତର ପାର୍ଶ୍ଵରେ ଥିବା ଏକ…

1 hour ago

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

3 hours ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

4 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

4 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

4 hours ago

ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟା ନେବ ଭୀଷଣ ରୂପ, ସତର୍କତାମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ଭୁବନେଶ୍ବର : ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର ଜାରି କଲେ ସତର୍କ ସୂଚନା । ଏନେଇ…

5 hours ago