ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଖୋର୍ଦ୍ଧା ଜଟଣୀ ଥାନା ତରାବୋଇ ନିକଟରେ ଥିବା ଏକ ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରେ ଅଘଟଣ। ମୃତ ଛାତ୍ରୀଙ୍କ ଘର ପୁରୀ ଜିଲ୍ଲା କାକଟପୁର କନ୍ଦଳପୁରର ବୋଲି ଜଣାପଡ଼ିଛି।

ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଖୋର୍ଦ୍ଧା ଜଟଣୀ ଥାନା ତରାବୋଇ ନିକଟରେ ଥିବା ଏକ ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରେ ଅଘଟଣ। ମୃତ ଛାତ୍ରୀଙ୍କ ଘର ପୁରୀ ଜିଲ୍ଲା କାକଟପୁର କନ୍ଦଳପୁରର ବୋଲି ଜଣାପଡ଼ିଛି। ସେ ଆଇଟି ବିଭାଗରେ ଦ୍ବିତୀୟ ବର୍ଷର ଛାତ୍ରୀ ଥିଲେ।

ମୃତ ଛାତ୍ରୀଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବାରୁ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି। ଘଟଣାସ୍ଥଳରେ ଜଟଣୀ ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ଭୁବନେଶ୍ୱର ଏମ୍ସକୁ ପଠାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.