ରାଜ୍ୟ

ଆଜିଠୁ ଆରମ୍ଭ ଯୁକ୍ତ ୩ ଆଡମିଶନ ପାଇଁ ନାମଲେଖା ପ୍ରକ୍ରିୟା

ଭୁବନେଶ୍ବ(କେନ୍ଯୁଜ୍): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୩ ଆଡମିଶନ ପାଇଁ ନାମଲେଖା ପ୍ରକ୍ରିୟା । ଛାତ୍ରଛାତ୍ରୀମାନେ www.samsodisha.gov.inରେ ସିଏଏଫ୍‌ ଫର୍ମ ପୂରଣ କରିବେ । ସେପ୍ଟେମ୍ବର ୪ ତାରିଖ ଯାଏଁ କରିହେବ ଆବେଦନ। ସେପ୍ଟେମ୍ବର ୯ ତାରିଖରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ । ୧୪ ତାରିଖ ଯାଏଁ ନାମଲେଖା ପ୍ରକ୍ରିୟା ଚାଲିବ। ଛାତ୍ରଛାତ୍ରୀ ସାମ୍‌ସ ପୋର୍ଟାଲରେ ନାମଲେଖା ଫି ଦାଖଲ କରିବେ । ସେପ୍ଟେମ୍ବର ୨୧ରେ ବାହାରିବ ସେକେଣ୍ଡ ମେରିଟ ଲିଷ୍ଟ । ୨୪ ତାରିଖ ଯାଏଁ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ନାମ ଲେଖାଇ ପାରିବେ ।

ଏହା ପରେ ଯେଉଁ କଲେଜ ମାନଙ୍କରେ ସିଟ୍‌ ଖାଲିପଡିବ ସେଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ । ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଇ-ଆଡମିସନ୍‌ ହେଲପଲାଇନ୍‌ ନମ୍ବର ୧୫୫୩୩୫/୧୮୦୦୩୪୫୬୭୭୦ ଜାରି କରାଯାଇଛି । ଚଳିତ ଶିକ୍ଷା ବର୍ଷରୁ ଅଟୋ ସ୍ଲାଇଡ ଅପ୍‌ ନିୟମକୁ ଉଚ୍ଛେଦ କରାଯାଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନାମଲେଖା ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ କରିବା ପାଇଁ ନିୟମାବଳୀ ଜାରି କରାଯାଇଛି । ରାଜ୍ୟରେ ଥିବା ୧୦୦୮ ଡିଗ୍ରୀ ମହାବିଦ୍ୟାଳୟ ପାଇଁ ହେବ ନାମଲେଖା ।

Sonalisa

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

25 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

26 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

33 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

38 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

56 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

1 hour ago