ରାଜ୍ୟ

ଅନଲାଇନ ଗେମିଙ୍ଗ ଓ ବେଟିଂ ଆପର ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲୁ, ୧୧କୋଟି ୭୪ ଲକ୍ଷ ଟଙ୍କା ଠକିଥିବା ସୂଚନା

କେନ୍ୟୁଜ୍(ବ୍ୟୁରୋ): ଇଓଡବ୍ଲୁ ପଞ୍ଝାରେ ଜାଲ୍‌ କମ୍ପାନୀର ଜଣେ ନିର୍ଦ୍ଦେଶକ। ଅନଲାଇନ ଗେମିଙ୍ଗ ଓ ବେଟିଂ ଆପ 18football. Comକମ୍ପାନୀ ନିର୍ଦ୍ଦେଶକଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା। ଅନଲାଇନ୍‌ ବେଟିଂ ଓ ପୁଞ୍ଜି ଠକେଇ ମାମଲାରେ ସଂପୃକ୍ତ ଥିବା ଅଭିଯୋଗରେ ଏଡୁଡାଡି ଇନଷ୍ଟିଚ୍ୟୁଟ ଅଫ୍‌ ଆଡଭାନ୍‌ସଡ ଷ୍ଚଡିଜ୍‌ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶକ ନବୀନ ପରିୱାରଙ୍କୁ ଗିରଫ କରିଛି EOW। ଏହି କମ୍ପାନୀ ଜରିଆରେ ୧୧କୋଟି ୭୪ ଲକ୍ଷ ଟଙ୍କା ଠକେଇ ହୋଇଥିବା ଜଣାପଡିବା ପରେ ଛାନବିନ୍‌ ଚଳାଇଥିଲା ।

ନବୀନ ପରିୱାରଙ୍କୁ ଗିରଫ ପରେ ଉଦୟପୁରର ଏକ କୋର୍ଟରେ ହାଜର କରାଯାଇଥିଲା ଏବଂ ତାକୁ ଓଡ଼ିଶା ଅଣାଯାଉଛି। ପୂର୍ବରୁ ଏହି ମାମଲାରେ ଦୁବାଇର ମହମ୍ମଦ ସୈଫ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର ଜାରି କରାଯାଇଥିଲା । ଏହି ମାମଲାରେ ପ୍ରଥମେ କୋଲକାତା ସ୍ଥିତ ସେଲ୍‌ କମ୍ପାନୀର ଦୁଇ ନିର୍ଦ୍ଦେଶକ ମେସର୍ସ ହାକିମ ଆଣ୍ଡ ରୁସ୍ତମ ଫେବ୍ରିକ୍ସ ପ୍ରାଇଭେଟ ଲିମିଟେଡକୁ ଗିରଫ କରାଯାଇଛି। ଗଞ୍ଜାମ ଜିଲ୍ଲାର ୮୦୦ରୁ ଅଧିକ କ୍ଷତିଗ୍ରସ୍ତ ଲୋକଙ୍କ ଦ୍ୱାରା FIR ରୁଜୁ ହେବା ପରେ ତଦନ୍ତ ଚଳାଇଥିଲା EOW।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ପୁରୁଣା ବନ୍ଧୁଙ୍କ ସହ ଭେଟ କରିବା ଯୋଗୁ ଖୁସି ରହିବେ

ମେଷ: ଅନ୍ୟମାନଙ୍କ ସଫଳତା ଦ୍ୱାରା ଆର୍ଥିକ ଲାଭବାନ ହେବେ । ପ୍ରେମ କରୁଥିବା ଲୋକଙ୍କୁ ସାଥୀଙ୍କ କଥାକୁ ବୁଝିବାକୁ ପଡ଼ିବ,…

6 hours ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିମ୍ ରେ ୭୨ ଜଣ ମନ୍ତ୍ରୀ, ୩୦ କ୍ୟାବିନେଟ, ୫ ଜଣ ରାଷ୍ଟ୍ରପାହ୍ୟା ସ୍ବାଧୀନ ଓ ୩୬ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…

8 hours ago

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ର ନେତାଙ୍କ ସହ ସେଲିବ୍ରିଟି ଓ ଶିଳ୍ପପତିଙ୍କ ଗହଳି, ଶାହାରୁଖ, ରଜନୀକାନ୍ତ, ଅକ୍ଷୟ,ଅମ୍ବାନୀ ଓ ଆଦାନୀ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…

8 hours ago

‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ଉଦଯାପିତ, ଯୋଗଦେଲେ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଅମିତ ରାଏଙ୍କ ସହ ବିଶିଷ୍ଟ ଲେଖିକା ଡକ୍ଟର ପ୍ରତିଭା ରାୟ

ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…

8 hours ago

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…

9 hours ago

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ, ଶପଥ ନେଲେ ପ୍ରଧାନମନ୍ତ୍ରୀଙ୍କ ସହ ଟିମ୍‌ କ୍ୟାବିନେଟ୍‌, ଓଡିଶାକୁ ୩ କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …

10 hours ago