ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ । ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି । ଗତକାଲି ରାତି୧୦ଟା ୫୦ ମିନିଟ୍ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା । ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୭ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ରାୟଗଡ଼ା (କେନ୍ୟୁଜ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ ।  ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି । ଗତକାଲି ରାତି୧୦ଟା ୫୦ ମିନିଟ୍ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା ।  ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୭ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।  ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

ଡମ୍ବରୁଧର ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସରୁ ରାୟଗଡ଼ା ଜିଲ୍ଲା ବିଷମକଟକରୁ ନିର୍ବାଚନ ଲଢ଼ି ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।  ପରେ ସେ ୧୯୭୭, ୧୯୮୦, ୧୯୮୫ ଓ ୧୯୯୫ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।  ୧୯୮୫ମସିହାରେ ସେ ଅବକାରୀ, ସହର ଉନ୍ନତିକରଣ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ହୋଇଥିଲେ ।  ସ୍ୱର୍ଗତ ଡମ୍ବରୁଧର ଉଲାକାଙ୍କ ମରଶରୀର ତାଙ୍କ ଜନ୍ମମାଟି ବାଙ୍କିଲିକୁ ଅଣାଯିବା ନେଇ ପରିବାର ପକ୍ଷରୁ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.