ବ୍ରଜରାଜନଗର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ଅସୁସ୍ଥ ହୋଇ ଘରୋଇ ହସ୍‌ପିଟାଲରେ ଭର୍ତ୍ତି

ଝାରସୁଗୁଡ଼ା(କେନ୍ୟୁଜ୍‌) : ବ୍ରଜରାଜ ନଗର ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ତଥା ବରିଷ୍ଠ ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତ ହୋଇଛନ୍ତି ।

୫୯ ବର୍ଷ ବୟସ୍କା ଏହି ରାଜନେତ୍ରୀ କିଛି ଦିନ ଧରି ଡାଇବେଟିସ୍‌ ଓ ଶ୍ୱାସ କ୍ରିୟା ଜନିତ ରୋଗରେ ପୀଡ଼ିତ ଥିଲେ । ଶନିବାର ତାଙ୍କ ସ୍ୱାସ୍ଥ୍ୟରେ ଅବନତୀ ଘଟିବାରୁ ତାଙ୍କୁ ବରଗଡ଼ର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା ।

ପରେ ତାଙ୍କୁ ଉକ୍ତ ଘରୋଇ ହସ୍‌ପିଟାଲ୍‌ର ଆଇସିୟୁରେ ଭର୍ତ୍ତି କରାଯାଇଛି । ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ପରିବାର ଲୋକଙ୍କ ସୂତ୍ରରୁ ଜଣାପଡ଼ିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.