ଯୋଜନା ବୋର୍ଡ ଉପାଧ୍ୟକ୍ଷ ହେଲେ ସଞ୍ଜୟ ଦାସବର୍ମା, ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସଞ୍ଜୟ ଦାସବର୍ମାଙ୍କୁ ନୂଆ ଦାୟିତ୍ୱ । ଯୋଜନା ବୋର୍ଡ ଉପାଧ୍ୟକ୍ଷ ହେଲେ ସଞ୍ଜୟ ଦାସବର୍ମା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଏହା ସହ ତାଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି । ଆସନ୍ତାକାଲି ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସେ ଦାୟିତ୍ୱ ନେବେ । ନୂଆ ଦାୟିତ୍ୱ ମିଳିବା ପରେ ସଞ୍ଜୟ ଦାସବର୍ମା କହିଛନ୍ତି, ରାଜ୍ୟ ଯୋଜନା ବୋର୍ଡକୁ କିପରି ଅଧିକ କ୍ରିୟାଶୀଳ କରାଯିବ, ସେନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ପଦକ୍ଷେପ ନେବେ । ଯୋଜନା ବୋର୍ଡକୁ ନୂଆ ରୂପ ଓ ନୂଆ କଳେବର ଉପରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.