ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ମୃତ, ଘଟଣାସ୍ଥଳରୁ ବହୁ ଅସ୍ତ୍ରଶସ୍ତ୍ର ଜବତ

ଓଡ଼ିଶା ପୋଲିସକୁ ବଡ଼ ସଫଳତା । ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ଦୁଇ ମାଓବାଦୀ ମୃତ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ପାଢେଲ ସଂରକ୍ଷିତ ଜଙ୍ଗଲରେ ହୋଇଛି ଗୁଳିବିନିମୟ ହୋଇଛି । ଘଟଣାସ୍ଥଳରୁ ବନ୍ଧୁକ, ଗ୍ରେନେଡ ଓ ବହୁ ଆଧୁନିକ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।

ବୌଦ୍ଧ (କେନ୍ୟୁଜ): ଓଡ଼ିଶା ପୋଲିସକୁ ବଡ଼ ସଫଳତା । ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ଦୁଇ ମାଓବାଦୀ ମୃତ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ପାଢେଲ ସଂରକ୍ଷିତ ଜଙ୍ଗଲରେ ହୋଇଛି ଗୁଳିବିନିମୟ ହୋଇଛି । ଘଟଣାସ୍ଥଳରୁ ବନ୍ଧୁକ, ଗ୍ରେନେଡ ଓ ବହୁ ଆଧୁନିକ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।

ଜଙ୍ଗଲରେ ପ୍ରାୟ ୨୦ରୁ ଅଧିକ କେକେବିଏନ୍ ମାଓବାଦୀ ଅସ୍ଥାୟୀ କ୍ୟାମ୍ପ କରିଥିଲେ । ବଡ଼ ଧରଣରର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ । ଏ ସମ୍ପର୍କରେ ଖବର ପାଇ ସୁରକ୍ଷାକର୍ମୀ ଜଙ୍ଗଲରେ ଆରମ୍ଭ କରିଥିଲେ ସର୍ଚ୍ଚ ଅପରେସନ । ଆହୁରି ମାଓବାଦୀ ଲୁଚି ରହିଥିବା ଆଶଙ୍କାରେ ଏବେବି ସର୍ଚ୍ଚ ଅପରେସନ ଜାରି ରହିଥିବା ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.