ଅନୁଗୁଳ ମଦ ମୃତ୍ୟୁ ଅଭିଯୋଗ ମାମଲା, ଜିଲ୍ଲାପାଳଙ୍କୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ

ଅନୁଗୁଳ: ଅନୁଗୁଳରେ ମଦ ମୃତ୍ୟୁ ଅଭିଯୋଗ ମାମଲାର ତଦନ୍ତ ନିର୍ଦ୍ଦେଶ । ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସରଜମିନ ଅନୁଧ୍ୟାନ କରି ତଦନ୍ତ ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଭିଯୋଗ ଅନୁଯାୟୀ, ଅନୁଗୁଳରେ ବିଷାକ୍ତ ମଦ ପିଇ ଦୁଇ ଦିନରେ ଚାରିଜଣଙ୍କ ମୃତ୍ୟୁ ହୋଇଥିଲା ।

ପୁରୁଣାକୋଟ ଥାନା ପଥରଗଡ଼ ଗାଁରୁ ଆସିଛି ଏହି ଅଭିଯୋଗ । ପୂର୍ବରୁ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା । ସମସ୍ତଙ୍କର ବିଷାକ୍ତ ମଦ ପିଇ ମୃତ୍ୟୁ ଘଟିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ସେହିପରି ମଦ ପିଇ ଆଉ କିଛି ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଚେ ଅନୁଗୁଳ ଜିଲ୍ଲପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କହିଛନ୍ତି, ଘଟଣାର ତଦନ୍ତ ଚାଲିଛି । ଏଯାଏ ଦୁଇଜଣ ଗିରଫ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.