ବାଲେଶ୍ୱର ଡ୍ରେନେଜ ଡିଭିଜନର ନିର୍ବାହୀ ଯନ୍ତ୍ରୀ ବସନ୍ତ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ

ବାଲେଶ୍ୱର(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ। ବାଲେଶ୍ୱର ଡ୍ରେନେଜ ଡିଭିଜନର ନିର୍ବାହୀ ଯନ୍ତ୍ରୀ ବସନ୍ତ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଆୟ ବର୍ହୂଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୭ଟି ସ୍ଥାନରେ ରେଡ୍ କରାଯାଉଛି। ବାଲେଶ୍ୱର ଜେଲ୍ ରୋଡ ଘର ସମେତ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ କରାଯାଉଛି। ଚଢାଉରେ ଭିଜିଲାନ୍ସର ୭ଟି ଟିମ୍ ସାମିଲ ହୋଇଛନ୍ତି। ଯନ୍ତ୍ରୀଙ୍କ ଘରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ବ୍ୟାଙ୍କ ଖାତା ଜବତ ହୋଇଛି।