Below header

ଆହୁରି ବର୍ଷିବ! ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆହୁରି କଷ୍ଟ ଦେବ ଅଦିନିଆ ବର୍ଷା । ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଆଜି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡଘଡି ଓ ବିଜୁଳି ସହିତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କନ୍ଧମାଳ, ରାୟଗଡ଼ା, ବାଲେଶ୍ୱର ଏବଂ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତା ୯ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.