ସ୍କୁଲ ଛୁଟି ନିଷ୍ପତ୍ତି ବଦଳିଲା, ସ୍ଥାନୀୟ ପାଣିପାଗ ଦେଖି ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ୍‌): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତନ କରିବେ । ଅନୁକୂଳ ପାଣିପାଗ ଥିବା ଜିଲ୍ଲାମାନଙ୍କରେ ସକାଳ ୬ଟା ୩୦ରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲ ସମୟ ରଖିବେ । ଏହି ନିର୍ଦ୍ଦେଶ ଆଗାମୀ ୨୦ ତାରିଖ ଯାଏଁ ବଳବତ୍ତର ରହିବ ।

Leave A Reply

Your email address will not be published.