ରାଜ୍ୟ

ଆସନ୍ତା କାଲିଠୁ ପଞ୍ଚୁକ ବ୍ରତ, ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ (କେନ୍ୟୁଜ): କାଲିଠୁ ପବିତ୍ର ପଞ୍ଚୁକ। ଏଥିପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼। ଗହଳିକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସହ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ। ତେଣୁ ଆଜିଠାରୁ ଶ୍ରୀକ୍ଷେତ୍ରକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି। ପଞ୍ଚୁକର ୫ ଦିନରେ ମହାପ୍ରଭୁଙ୍କ ଚିତ୍ତାକର୍ଷ ୫ଟି ବେଶ ଦର୍ଶନ କରିବେ ହବିଷ୍ୟାଳି ଓ ଭକ୍ତ। ବିଶ୍ବାସ ରହିଛି ମାସ ସାରା ବ୍ରତ ରଖି ଯେତିକି ପୂଣ୍ୟ ମିଳିଥାଏ , ପଞ୍ଚୁକ ପାଞ୍ଚ ଦିନ ବ୍ରତ ରଖିଲେ ଅଧିକ ପୂଣ୍ୟ ମିଳିଥାଏ।

ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପାର୍ଶ୍ବ ଶ୍ରୀକୃଷ୍ଣ ସିନେମା ଗଳି ନିକଟରେ ୪ଟି ଏବଂ ଦୋଳବେଗୀ କୋଣ ନିକଟରେ ୮ଟି ଏପରି ମୋଟ ୧୨ଟି ଅସ୍ଥାୟୀ ଶୌଚାଳୟ ନିର୍ମାଣ କରାଯିବ। ସେହିପରି ବଡ଼ଦାଣ୍ଡରେ ସିଂହଦ୍ବାରଠାରୁ ମାର୍କେଟ ଛକ ପର୍ଯ୍ୟନ୍ତ ସମସ୍ତ ଉଠାଦୋକାନ ବନ୍ଦ ରହିବ। ପଞ୍ଚୁକ ସମୟରେ ୪୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ।

 

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ

ମେଷ : କାର୍ଯ୍ୟ ସମ୍ବନ୍ଧୀୟ କିଛି ସୃଜନାତ୍ମକ ଚିନ୍ତାଧାରା ମନକୁ ଆସିପାରେ, ଯାହାକୁ ଆପଣ ନିଜ କାମରେ ବ୍ୟବହାର କରିପାରିବେ,…

7 hours ago

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମ ଜଗତର ପ୍ରମୁଖ ବ୍ୟକ୍ତିିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ମଧ୍ୟରେ ଗଭୀର…

8 hours ago

ଫେସବୁକ ପ୍ରେମର କରୁଣ ପରିଣତି, ପ୍ରେମିକାର ଗଳା କାଟିବା ପରେ ନିଜ ଗଳା କାଟି ଜୀବନ ହାରିଲେ ପ୍ରେମିକ

ଦେବଗଡ଼ : ଫେସବୁକ ପ୍ରେମର କରୁଣ ପରିଣତି l ସାହି ଦାଣ୍ଡରେ ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ନିଜ…

8 hours ago

ଥାନାକୁ ଡାକି ଯୁବକଙ୍କୁ ଥାର୍ଡ଼ ଡିଗ୍ରୀ କରିବା ଘଟଣା : ନିଲମ୍ବିତ ହେଲେ ପୋଲିସ ଏଏସଆଇ

ସୁବର୍ଣ୍ଣପୁର : ମିଛ କେଶରେ ଯୁବକଙ୍କୁ ଥାନାକୁ ଡାକି ଥାର୍ଡ଼ ଡିଗ୍ରୀ କରିବା ଏଏସଆଇଙ୍କୁ ମହଙ୍ଗା ପଡିଲା  l ଘଟଣାକୁ…

9 hours ago

ରୋଗୀ ଆଣୁଥିବା ବେଳେ 108 ଆମ୍ବୁଲାନ୍ସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ ଓ ଡ୍ରାଇଭର

ବାସୁଦେବପୁର :  ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡା ପେଟ୍ରୋଲ ପମ୍ପ ନିକଟରେ ରୋଗୀ ଆଣୁଥିବା ବେଳେ 108 …

9 hours ago

କୋଇଲା ଟ୍ରେନରେ ନିଆଁ, ଆୟତ୍ତ କରିବା ପାଇଁ ଲାଗିଛନ୍ତି ଦମକଳ ବାହିନୀ

ସୋର : କୋଇଲା ବଗିରେ ଲାଗିଛି ନିଆଁ  l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…

10 hours ago