ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ, ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି। ଆଜିଠୁ ସପ୍ତାହେ ଧରି ଶ୍ରୀମନ୍ଦିରରେ ଦୋଳ ଉତ୍ସବ ମଧ୍ୟ ପାଲନ କରାଯିବ।

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ । ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି। ଆଜିଠୁ ସପ୍ତାହେ ଧରି ଶ୍ରୀମନ୍ଦିରରେ ଦୋଳ ଉତ୍ସବ ମଧ୍ୟ ପାଲନ କରାଯିବ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ଯିବେ ।

ସେଠାରେ ଅବିର ଓ ଫଗୁ ଲାଗି କରାଯିବ । ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ । ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ । ସେପଟେ ଆସନ୍ତା ୬ ତାରିଖରେ ମେଣ୍ଢାପୋଡି ଉତ୍ସବ ଅନୁଷ୍ଠିତ ହେବାସହ ୭ ତାରିଖରେ ଦୋଳ ପୂର୍ଣ୍ଣିମା ଅବସରରେ ଚତୁର୍ଦ୍ଧାବିଗ୍ରହ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେବେ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.