ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି, ଆଜିଠୁ ସପ୍ତାହେ ଧରି ଦୋଳଉତ୍ସବ ଆରମ୍ଭ ହେବ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ । ଏଥିପାଇଁ ଶ୍ରମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ।

ପୁରୀ (କେନ୍ୟୁଜ):  ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ । ଏଥିପାଇଁ ଶ୍ରମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ। ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ ।

ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଆଜି ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ମଧ୍ୟ ଅନୁଷ୍ଠିତ ହେବ। ଆସନ୍ତା ଚତୁର୍ଦ୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜ୍ଜିତ ହେବେ। ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜିତ କରାଯିବ। ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ। ଆସନ୍ତା ୨୪ ତାରିଖରେ ମେଣ୍ଢାପୋଡି ଉତ୍ସବ ହେବାସହ ୨୫ ତାରିଖ ଦୋଳପୂର୍ଣ୍ଣିମା ଅବସରରେ ଚତୁର୍ଦ୍ଧାବିଗ୍ରହ ସୁନାବେଶରେ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.