ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ

ବରଗଡ଼(କେନ୍ୟୁଜ୍‌) : ବରଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରିଛନ୍ତି କିଛି ପରିବାରର ଲୋକେ । ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ନେଇ ଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରିଛନ୍ତି କିଛି ପରିବାର ।

MGNREGAଠାରୁ ଆରମ୍ଭ କରି ଆବାସ ଯୋଜନାରେ ବ୍ୟାପକ ମାତ୍ରାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ବାରମ୍ବାର ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନକୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିବା ଅଭିଯୋଗ ହୋଇଛି।

ଜଗଲପାଟ ଗ୍ରାମ ପଞ୍ଚାୟତର ସରପଞ୍ଚ, ଜିଆରଏସ ସମେତ ଘଟଣାରେ ସମ୍ପକ୍ତ ସମସ୍ତ ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି । ଏହି ଘଟଣାର ତଦନ୍ତ କରାଯାଇ ଯଦି କେହି ଅନୟମିତତା କରିଥିବେ, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.