ପୁରୀରେ ବ୍ୟକ୍ତିଙ୍କୁ ମରଣାନ୍ତକ ଆକ୍ରମଣ, ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ପୁରୀ ରେଳ ଷ୍ଟେସନ ନିକଟରେ ଜଣେ ବ୍ୟକ୍ତିଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ଶିକାର ହୋଇଥିବା ବ୍ୟକ୍ତି ହେଲେ ଲିକୁ ସୁବୁଦ୍ଧି। ସେ ପେସାରେ ଜଣେ ଅଟୋ ରିକ୍ସା ଚାଳକ । ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛନ୍ତି ।

ପୁରୀ (କେନ୍ୟୁଜ): ପୁରୀ ରେଳ ଷ୍ଟେସନ ନିକଟରେ ଜଣେ ବ୍ୟକ୍ତିଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ଶିକାର ହୋଇଥିବା ବ୍ୟକ୍ତି ହେଲେ ଲିକୁ ସୁବୁଦ୍ଧି। ସେ ପେସାରେ ଜଣେ ଅଟୋ ରିକ୍ସା ଚାଳକ । ଆକ୍ରମଣ ପରେ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।

ସୂଚନା ଅନୁସାରେ ଗତକାଲି ଲିକୁ ସୁବୁଦ୍ଧି ଅତ୍ୟଧିକ ମଦ୍ୟପାନ କରି ଷ୍ଟେସନ ନିକଟରେ ଅନ୍ୟମାନଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରୁଥିବା ବେଳେ କେହି ତାଙ୍କ ପଛପଟୁ ଏକ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ଫଳରେ ଲିକୁଉକ୍ତ ସ୍ଥାନରେ ଅଚେତ୍ ଅବସ୍ଥାରେ ପଡ଼ି ଯାଇଥିଲେ । ଅନେକ ସମୟ ସେଠାରେ ପଡ଼ିବା ପରେ କେହି ଆମ୍ବୁଲାନ୍ସକୁ ଫୋନ କରି ତାଙ୍କୁ ମେଡିକାଲକୁ ଚିକିତ୍ସା ପାଇଁ ନେଇଯାଇଥିଲେ । ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ତାଙ୍କୁ ଡାକ୍ତରଖାନାରେ ଚିକିତ୍ସାଧୀନ ରଖାଯାଇଛି । ଖବର ପାଇ କୁମ୍ଭାରପଡ଼ା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.