ରାଜ୍ୟ

ମାଟ୍ରିକ୍‌ ପରୀକ୍ଷା ପରିଚାଳନାରେ ସାଂଘାତିକ ତ୍ରୁଟି: ଛାତ୍ରୀଙ୍କ ଠାରୁ ଉତ୍ତର ଖାତା ନନେଇ, ପ୍ରଶ୍ନ ପତ୍ର ନେଇଗଲେ ସାର

ବାଲେଶ୍ୱର (କେନ୍ୟୁଜ): ଉତ୍ତର ଖାତା ନୁହେଁ, ପ୍ରଶ୍ନ ପତ୍ର ନେଇଗଲେ ସାର। ଏଭଳି ଆଶ୍ୟର୍ଯ୍ୟଜନକ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଳକ ଜାମୁଝାଡି ସ୍ଥିତ ଦାମୋଦର ହାଇସ୍କୁଲରେ। ଗତ ମାର୍ଚ୍ଚ ୨୦ ତାରିଖରେ ମାଟ୍ରିକ ଛାତ୍ରଛାତ୍ରୀଙ୍କ ଗଣିତ ପରୀକ୍ଷା ଥିଲା। ପରୀକ୍ଷା ଶେଷ ପରେ ଇନଭିଜିଲେଟର ଛାତ୍ରୀଙ୍କ ଠାରୁ ଉତ୍ତର ଖାତା ନନେଇ ପ୍ରଶ୍ନ ପତ୍ରଟିକୁ ନେଇ ଯାଇଥିଲେ। ଯେତେବେଳେ ମାଟ୍ରିକ ଖାତା ଦେଖା ଆରମ୍ଭ ହେଲା, ସେତେବେଳେ ଏହି କଥା ସାମ୍ନାକୁ ଆସିଥିଲା । ପରେ ଉତ୍ତର ଖାତା ନଥିବା କଟକ ଜିଲ୍ଲା ସାଲେପୁର ମୂଲ୍ୟାୟନ କେନ୍ଦ୍ରରୁ ଖବର ଆସିଥିଲା ପରୀକ୍ଷା କେନ୍ଦ୍ରର ଅଧିକ୍ଷକଙ୍କ ନିକଟକୁ। ୨୨ ଦିନ ପରେ ଛାତ୍ରୀଙ୍କ ଠାରୁ ଉତ୍ତର ଖାତା ଅଣାଯାଇ ମୂଲ୍ୟାୟନ କେନ୍ଦ୍ରକୁ ପଠାଯାଇଥିଲା।  ଅନ୍ୟପଟେ ଛାତ୍ରୀ ଜଣଙ୍କ ଭୁଲରେ ପ୍ରଶ୍ନ ପତ୍ର ଯାଗାରେ ଉତ୍ତର ଖାତା ନେଇ ଆସିଥିବା କହିଛନ୍ତି ।

ତେବେ ଏପରି ଘଟଣା ପରେ ରାଜ୍ୟରେ ମାଟ୍ରିକ୍‌ ପରୀକ୍ଷା ପରିଚାଳନା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପରୀକ୍ଷାରେ ସ୍ବଚ୍ଛତା ଅବଲମ୍ବନ ପାଇଁ ପରିଷଦ ପକ୍ଷରୁ ବ୍ୟାପକ ସତର୍କତା ଅବଲମ୍ବନ କରାଯାଇଥିବା ବେଳେ ଦାମୋଦର ସରକାରୀ ଉଚ୍ଚବିଦ୍ୟାଳୟରେ ଏଭଳି ତ୍ରୁଟି କେମିତି ହେଲା, ତାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଚାଲିଛି। ଘଟଣା ବାଦରେ ସିମୁଳିଆ ବ୍ଲକ୍‌ ଶିକ୍ଷାଧିକାରୀ ପ୍ରକାଶ ଚନ୍ଦ୍ର ମହାଳିକଙ୍କୁ ପଚରାଯାଇଥିଲା। ସେ ଅଧିକ କିଛି କହି ନଥିଲେ ମଧ୍ୟ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ହେବ ବୋଲି ପ୍ରକାଶ କରିଛନ୍ତି।

 

Barsha

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 min ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

9 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

26 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

59 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago