ସୋର (କେନ୍ୟୁଜ): ଆଜି ସାବିତ୍ରୀ ବ୍ରତ । ଝିଅ ଘରକୁ ଭାର ଦେବାକୁ ଯାଇଥିଲେ। ହେଲେ ଫେରିଲା ବେଳେ ଦୁର୍ଘଟଣାରେ ଚାଲିଗଲା ବାପାର ଜୀବନ। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବାଲିଛନ୍ଦା ଘାଟ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ବାଲିମେଦ ଅଞ୍ଚଳର ସୁନିଲ ବାରିକ୍ ।
ଗତକାଲି ରାତିରେ ସୁନୀଲ ଝିଅ ଘରୁ ସାବିତ୍ରୀ ଭାର ଦେଇ ଫେରୁଥିବା ବେଳେ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ସୁନୀଲଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅନନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ତେବେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଘଟଣା ସଂପର୍କରେ ଲୋକେ ଲୋକେ ଅନନ୍ତପୁର ଫାଣ୍ଡିକୁ ଖବର ଦେଇଥିଲେ। ଫାଣ୍ଡି ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…