Bus accident: ଖଣ୍ଡଗିରିରେ ମର୍ମନ୍ତୁଦ ଦୁର୍ଘଟଣା, ବସ୍ ଧକ୍କାରେ ଚାଲିଗଲା ବାପାଙ୍କ ଜୀବନ, ପୁଅ ଗୁରୁତର

ଭୁବନେଶ୍ୱର : ରାଜଧାନୀରେ ପୁଣି ଦୁର୍ଘଟଣା । ବାଇକ୍ ଆରୋହୀଙ୍କୁ ଧକ୍କା ଦେଇ ବସ୍ ଫେରାର୍ । ଘଟଣାସ୍ଥଳରେ ବାପା ମୃତ, ପୁଅ ଗୁରୁତର । ଖଣ୍ଡଗିରି ଓଭରବ୍ରିଜ୍ ରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ଏନଏଚ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

ସୂଚନା ଅନୁସାରେ, ବାପା ଓ ପୁଅ ଯାଉଥିବା ବେଳେ ଖଣ୍ଡଗିରି ଓଭରବ୍ରିଜ୍‌ ଉପରେ ହଠାତ୍‌ ଏକ ବସ୍‌ ଧକ୍କା ଦେଇଥିଲା । ଧକ୍କା ଏତେ ଜୋର୍‌ଦାର ଥିଲା ଯେ, ଘଟଣାସ୍ଥଳରେ ବାପାଙ୍କର ମୃତ୍ୟୁ ଘଟିଥିଲା । ସେପଟେ ଗୁରୁତର ଆହତ ହୋଇଥିବା ପୁଅଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲକୁ ପଠାଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ କିଛି ସମୟ ପାଇଁ ଚାଞ୍ଚଲ୍ୟ ଖେଳିଯାଇଥିଲା । ଖବର ପାଇ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ କେଉଁ ବସ୍‌ ଧକ୍କା ଦେଇଥିଲା ଏବଂ ବସ୍‌ର ଚାଳକ କିଏ, ସେନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ତଥ୍ୟ ମିଳିନାହିଁ । ପୋଲିସ୍‌ ଘଟଣାର ସମସ୍ତ ଦିଗରୁ ତଦନ୍ତ କରୁଥିବା ବେଳେ ବସ୍‌ ଓ ଚାଳକଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି ।

ଆହୁରି ପଢ଼ନ୍ତୁ : ବିଧାନସଭା ସମ୍ମୁଖରେ ବାଇକକୁ ପିଟିଲା ଟୁରିଷ୍ଟ ବସ, ହସପିଟାଲରେ ବାଇକ ଚାଳକ