ବାଇକକୁ ଧକ୍କା ଦେଲା ଟିପ୍ପର, ଚାଲିଗଲା ବାପ-ପୁଅଙ୍କ ଜୀବନ

ଯାଜପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବରୁହାଁ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ଟିପ୍ପର । ଫଳରେ ଏକା ସଙ୍ଗେ ଚାଲିଗଲେ ବାପ ପୁଅଙ୍କ ଜୀବନ । ମୃତକ କଦ୍ୱୟ ହେଲେ ଶିମିଳିଆ ପଞ୍ଚାୟତ ଷଠିଆଟଗିରି ଗ୍ରାମର ସଇନ୍ଦା ଜେନା ଓ ତାଙ୍କ ପୁଅ ମୁନା ଜେନା।

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବରୁହାଁ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ଟିପ୍ପର । ଫଳରେ ଏକା ସଙ୍ଗେ ଚାଲିଗଲେ ବାପ ପୁଅଙ୍କ ଜୀବନ । ମୃତକ କଦ୍ୱୟ ହେଲେ ଶିମିଳିଆ ପଞ୍ଚାୟତ ଷଠିଆଟଗିରି ଗ୍ରାମର ସଇନ୍ଦା ଜେନା ଓ ତାଙ୍କ ପୁଅ ମୁନା ଜେନା ।

ସୂଚନା ଅନୁସାରେ ଉଭୟ ଗତକାଲି ବିଳମ୍ବିତ ରାତିରେ ନିଜ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ ।  ସେଠାରୁ ଫେରିବା ବେଳେ ବରୁହାଁ ଛକ ନିକଟରେ ଏକ ଟିପ୍ପର ସେମାନଙ୍କୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ବାପାର ମୃତ୍ୟୁ ହୋଇଥିବା ବେଳେ ପୁଅକୁ ଯାଜପୁର ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ସଦରଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.