ରାଜ୍ୟ

ଗାଧୋଇବା ବେଳେ ପୋଖରୀରେ ବୁଡ଼ି ୪ ବର୍ଷର ଶିଶୁପୁତ୍ର ସମେତ ବାପା ମୃତ

ଅନୁଗୁଳ(କେ ନ୍ୟୁଜ): ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ୪ ବର୍ଷର ଶିଶୁପୁତ୍ର ସମେତ ବାପା ମୃତ । ପୋଖରୀରେ ଗାଧୋଇବା ସମୟରେ ପାଣିରେ ବୁଡ଼ି ଯିବାରୁ ୪ ବର୍ଷର ଶିଶୁପୁତ୍ର ସମେତ ବାପାର ମୃତ୍ୟୁ ହୋଇଛି। ଅନୁଗୁଳ ଜିଲ୍ଳା ବଅଁରପାଳ ଥାନା ଅନ୍ତର୍ଗତ ମହୀଧରପୁର ଫାଣ୍ଡି ଅନ୍ତର୍ଗତ କଇଁଛବାହାଳ ଗ୍ରାମରେ ଆଜି ଅପରାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକମାନେ ହେଲେ କ୍ଷୀରୋଦ ଜେନା (୩୬) ଓ ତାଙ୍କ ପୁଅ ରାକେଶ ଜେନା (୪)। ସୂଚନା ଅନୁସାରେ କଇଁଛବାହାଳ ଗ୍ରାମର କ୍ଷୀରୋଦ ଜେନା ଆଜି ଅପରାହ୍ନ ୧ଟା ସମୟରେ ନିଜର ୪ ବର୍ଷର ଶିଶୁପୁତ୍ର ରାକେଶକୁ ସାଥୀରେ ନେଇ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। କିନ୍ତୁ ଭାଗ୍ୟର ବିଡମ୍ବନା ଯେ, ନୂଆ କରି ଖୋଳା ଯାଇଥିବା ପୋଖରୀରେ ବାପା ଓ ପୁଅ ଉଭୟ ଗାଧୋଇବା ବେଳେ ମାଟିରେ ଗୋଡ଼ ପୋତି ହୋଇଯାଇଥିଲା।

ଫଳରେ ସେମାନେ ପାଣିରେ ବୁଡ଼ି ଯାଇଥିଲେ। ପାଖରେ ଥିବା ଲୋକମାନେ ବାପ-ପୁଅଙ୍କୁ ତୁରନ୍ତ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। କିନ୍ତୁ ଡାକ୍ତରଖାନାରେ ଡାକ୍ତର ଉଭୟ ବାପ-ପୁଅଙ୍କୁ ମୃତ ଘୋଷଣା କରିଥିଲେ। ଉଭୟ ବାପ-ପୁଅଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଶବ ବ୍ୟବଚ୍ଛେଦ ଗୃହରେ ରଖା ଯାଇଛି । କ୍ଷୀରୋଦ ଜଣେ ଦିନ ମଜୁରିଆ ଶ୍ରମିକ ଭାବେ ଗ୍ରାମରେ କାର୍ଯ୍ୟ କରନ୍ତି । ଉଭୟ ବାପ-ପୁଅଙ୍କର ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

KNews Bureau

Recent Posts

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

2 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

14 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

21 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

23 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

41 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago