ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ପଥରରେ ଛେଚି ହତ୍ୟା, ଆକ୍ରମଣର କାରଣ ଅସ୍ପଷ୍ଟ

ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ପଥରରେ ଛେଚି ହତ୍ୟା । ଦେବଗଡ ପ୍ରଧାନପାଟ ରାସ୍ତାରେ ଥିବା ଭାରତ ଫାଇନାନ୍ସ ଅଫିସ ସମ୍ମୁଖରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣକ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଅଂଚଳର ରୀତା ସାହୁ ବୋଲି ଜଣାପଡିଛି ।

ଦେବଗଡ (କେନ୍ୟୁଜ): ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା ଅଭିଯୋଗ । ଅଫିସରୁ ଭଡା ଘରକୁ ଫେରୁଥିବା ବେଳେ ରାତି ପ୍ରାୟ ୧୧ ଟା ସମୟରେ ହତ୍ୟା କରାଯାଇଛି । ଦେବଗଡ ପ୍ରଧାନପାଟ ରାସ୍ତାରେ ଥିବା ଭାରତ ଫାଇନାନ୍ସ ଅଫିସ ସମ୍ମୁଖରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣକ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଅଂଚଳର ରୀତା ସାହୁ ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ ଭାରତ ଫାଇନାନ୍ସ ଅଫିସରେ ରାତି ପ୍ରାୟ ୧୧ ଟା ସମୟରେ ନିଜ କାମ ସାରି ରୀତା ଭିତିରିଆ ସାହି ଠାରେ ଥିବା ନିଜର ଭଡା ଘରକୁ ବାହାରିଥିଲେ । ମାତ୍ର ଅଫିସ ସମ୍ମୁଖରେ ୨ ଜଣ ଯୁବକ ତାଙ୍କୁ ଆକ୍ରମଣ କରିବା ସହ ହତ୍ୟା କରିଛନ୍ତି । ରୀତା ଅଫିସ ବାହାରେ ନିଜ ସ୍କୁଟିରେ ବସିବାକୁ ଯାଉଥିବା ବେଳେ ହଠାତ ୨ ଜଣ ଯୁବକ ଆକ୍ରମଣ କରିଥିଲେ । ପ୍ରଥମେ ଛୁରି ଓ କାଠ ଫାଳିଆରେ ଆକ୍ରମଣ କରିଥିଲେ । ପରେ ପଥର କଚାଡି ହତ୍ୟା କରିବା ପରେ ଘଟଣାସ୍ଥଳରୁ ଦୁଇ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି ।

ରୀତାଙ୍କ ଚିତ୍କାର ଶୁଣି ଅନ୍ୟ କର୍ମଚାରୀ ମାନେ ଦୌଡି ଆସିଥିଲେ । ମାତ୍ର ରୀତାଙ୍କୁ ବଂଚାଇ ପାରିନଥିଲେ । ଅଫିସର ଅନ୍ୟ କର୍ମଚାରୀ ମାନେ ପୋଲିସକୁ ଖବର ଦେଇ ରୀତାଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ମାତ୍ର ଡାକ୍ତର ମୃତ ଘୋଷଣା କରିଥିଲେ । ସୂଚନା ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି । ସକାଳୁ ସାଇଂଟିଫିକ ଟିମ ପହଂଚି ପୋଲିସ ଅଧିକ ତଦନ୍ତ କରିବ । ମାତ୍ର ରୀତାଙ୍କୁ କିଏ କାହିଁକି ହତ୍ୟା କରାଗଲା ସ୍ପଷ୍ଟ ଜଣାପଡିନି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.