ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୧୫ ବଖରା ଦୋକାନ ଘର

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ରଥପଦା ମାର୍କେଟରେ ଅଗ୍ନିକାଣ୍ଡ। ଜଳିଗଲା ୧୫ ବଖରା ଦୋକାନ ଘର।

ଭଦ୍ରକ (କେନ୍ୟୁଜ): ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ରଥପଦା ମାର୍କେଟରେ ଅଗ୍ନିକାଣ୍ଡ। ଜଳିଗଲା ୧୫ ବଖରା ଦୋକାନ ଘର। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ତେବେ ନଆଁ କିପରି ଲାଗିଲା କାରଣ ଅସ୍ପଷ୍ଟ ରହିଛି।

ସୂଚନା ଅନୁଯାୟୀ ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ହଠାତ୍ ଇରମ୍ ପଞ୍ଚାୟତର ରଥପଦା ମାର୍କେଟରେ ଥିବା ଦୋକାନରେ ନିଆଁ ଲାଗିଯାଇଥିଲା। ପରେ ଗୋଟିଏ ପରେ ଗୋଟିଏ ଦୋକାନକୁ ନିଆଁ ବ୍ୟାପିଯାଇ ଥିଲା। ରାତି ହୋଇଥିବାରୁ ନିଆଁ ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଦୋକାନରୁ ସାମଗ୍ରୀ ବାହାର କରିବାକଷ୍ଟକର ହୋଇପଡିଥିଲା। ନିଆଁଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ବାସୁଦେବପୁର ଓ ଧାମରା ଅଗ୍ନିଶମ ବାହିନୀ ପହଞ୍ଚି ୨ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ।

You might also like