Below header

ଯାଜପୁର: ଅନୁଷ୍ଠିତ ହେଲା ପଞ୍ଚମ ଜିଲାପରିଷଦର ଅଷ୍ଟମ ସାଧାରଣ ସଭା

ଯାଜପୁର ଟାଉନ(କେନ୍ୟୁଜ୍):  ଯାଜପୁର ପଞ୍ଚମ ଜିଲାପରିଷଦର ଅଷ୍ଟମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲାପରିଷଦ ଅଧ୍ୟକ୍ଷ ନରେଶ ଚନ୍ଦ୍ର ମହାନ୍ତି ଅଧ୍ୟକ୍ଷତା କରିଥିଲେ । ଏହି ବୈଠକରେ ଯାଜପୁର ସାଂସଦ ସର୍ମିଷ୍ଠା ସେଠୀ, ଜିଲାପାଳ ରଂଜନ କୁମାର ଦାସ ପ୍ରମୁଖ ଯୋଗ ଦେଇ ଜିଲାର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ । ଏହି ବୈଠକରେ ବିଭିନ୍ନ ଜୋନର ଜିଲାପରିଷଦ ସଦସ୍ୟ ମାନେ ଯୋଗ ଦେଇ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ଗମନାଗମନ ଆଦି କ୍ଷେତ୍ରରେ ରହିଥିବା ବିଭିନ୍ନ ସମସ୍ୟା ଉପସ୍ଥାପନ କରିଥିଲେ । ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗ ଦେଇ ସଦସ୍ୟ ମାନଙ୍କ ବିଭିନ୍ନ ପ୍ରଶ୍ନର ଉତର ଦେଇଥିଲେ । ଏହି ଅବସରରେ ଡିଆରଡିଏ ର ପ୍ରକଳ୍ପ ନିର୍ଦ୍ଧେଶକ ଇନ୍ଦ୍ରମଣି ନାୟକ ଉପସ୍ଥିତ ରହି ବିଭିନ୍ନ ଯୋଜନାକୁ ଶିଘ୍ର କାର୍ଯ୍ୟକାରୀ କରିବାକୁ ପ୍ରତିଶୃତି ଦେଇଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.