Below header

ଖେଳ ପଡ଼ିଆ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଜଣେ ମୃତ, ୫ ଆହତ

ଭଦ୍ରକ(କେନ୍ୟୁଜ୍) : ଖେଳ ପଡ଼ିଆ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଜଣେ ମୃତ, ୫ଜଣ ଆହତ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଆରଏନ ବେତରାଠାରେ ଏକ ଖେଳ ପଡ଼ିଆ ନିର୍ମାଣ କାମକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ଗୋଟିଏ ଗୋଷ୍ଠୀର ଲୋକ ଅନ୍ୟ ଗୋଷ୍ଠୀ ଉପରେ ଭୁଜାଲିରେ ଆକ୍ରମଣ କରିଥିଲେ । ଫଳରେ ଗୋହିରାଣୀ ଗାଁର ଲୋକନାଥ ସେଠୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୫ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଭଦ୍ରକ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.