ସାଂସଦ ଭର୍ତ୍ତୃହରି ମହତାବଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବୋହୂ

ଭୁବନେଶ୍ୱର (କେନ୍ଯୁଜ୍): ବିଜେଡି ସାଂସଦ ଭର୍ତ୍ତୃହରି ମହତାବଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ।  ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଏକ ମହିଳା ଥାନାରେ ଏଭଳି ଅଭିଯୋଗ କରିଛନ୍ତି ବୋହୂ ।

ମିଳିଥିବା ଖବର ଅନୁଯାୟୀ, ଭର୍ତ୍ତୃହରିଙ୍କ ବୋହୂ ସାକ୍ଷୀ ମଙ୍ଗଳବାର ଥାନାରେ ଏଫ୍‌ଆଇଆର୍‌ ଦେଇଥିଲେ। ତାଙ୍କ ଅଭିଯୋଗ ଆଧାରରେ ଭର୍ତ୍ତୃହରି, ତାଙ୍କ ପତ୍ନୀ ଓ ପୁଅଙ୍କ ବିରୋଧରେ ଆଇପିସିର ଧାରା ୪୯୮ (ଏ), ୫୦୬, ୩୪ ଓ ଯୌତୁକ ନିର୍ଯାତନା ଆଇନ ଅନୁସାରେ ମାମଲା ରୁଜୁ ହୋଇଛି।

ଭର୍ତ୍ତୃହରିଙ୍କ ସହିତ ତାଙ୍କ ପତ୍ନୀ ଓ ପୁଅ ଲୋକରଞ୍ଜନଙ୍କ ବିରୋଧରେ ମଧ୍ୟ ଯୌତୁକ ନିର୍ଯାତନା ଅଭିଯୋଗ ହୋଇଛି। ତେବେ ଅଭିଯୋଗ ସଂପର୍କରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.