ରାଜ୍ୟ

ନରସିଂହପୁର ବଡ଼ଭୂଇଁରେ ଅଗ୍ନିକାଣ୍ଡ, ଜଳିଗଲା ଦୁଇ ଟ୍ରାକ୍ଟର, କାର ଓ ରୋଟର

ନରସିଂହପୁର : ନରସିଂହପୁର ବ୍ଲକ ଅନ୍ତର୍ଗତ ବଡଭୁଇଁ ଗ୍ରାମରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳି ଯାଇଛି ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି । ଖବର ଲେଖାହେବା ଯାଏ ବଳଭଦ୍ର ସାହୁଙ୍କର ଦୁଇଟି ଟ୍ରାକ୍ଟର, ଗୋଟିଏ ରୋଟର, ଗୋଟିଏ କାର ହୁତୁ ହୁତୁ ହୋଇ ଜଳୁଥିବା ଦେଖାଯାଇଛି ।

ସେହିପରି ନିକଟରେ ଥିବା ଆମ୍ବ ଓ ନଡ଼ିଆ ଗଛରେ ମଧ୍ୟ ନିଆଁ ଲାଗିଥିବା ଦେଖାଯାଇଛି। କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡ଼ିନି। ଲୋକେ ନିଆଁ ଲାଗିବା ଦେଖି ବାଲିଝରି ଦମକଳ ବାହିନୀକୁ ଖବର ଦେବା  ପରେ ଦମକଳ ବାହିନୀ ପହଂଚି ନିଆଁ ଲିଭାଇବାରେ ଲାଗିଛନ୍ତି। ଲକ୍ଷାଧିକ ଟଙ୍କାର ଯାନ୍ତ୍ରିକ ଗାଡି ପୋଡି ହୋଇଯାଇଥିବାରୁ ଗାଡି ମାଲିକ ମୁଣ୍ଡରେ ହାତ ଦେଇ ବସିଛନ୍ତି ।

Niharanjan

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

2 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

2 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

3 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

3 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

3 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

3 hours ago